Skip to content
The Believer's Library

Indian Revised Version(IRV) Odia - 2021

Matthew 21 IRVOry

Show IRVOry only
Verse × ×
1 As they neared Jerusalem and reached Bethphage, at the Mount of Olives, Jesus sent two disciples ahead, ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।
2 telling them, "Go to the village ahead of you. You'll at once find a donkey tied, with a colt beside her. Untie them and bring them to me. “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
3 If anyone says anything to you, say, 'The Lord needs them,' and the Lord will send them at once." ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
4 This took place to fulfill what the prophet had said: ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
5 "Say to the daughter of Zion, 'Look, your king is coming to you, humble and mounted on a donkey, on a colt, the foal of a beast of burden.'" ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
6 The disciples went and did as Jesus had directed them. ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
7 They brought the donkey and colt, put their cloaks on the animals, and Jesus sat on the cloaks. ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
8 Most of the crowd spread their cloaks on the road; others cut branches from the trees and spread them on the road. ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
9 The crowds ahead of him and behind him kept shouting, "Hosanna to the Son of David! Blessed is he who comes in the name of our Father! Hosanna in the highest!" ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
10 And when he entered Jerusalem, the whole city was stirred, asking, "Who is this?" ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
11 And the crowds said, "This is the prophet Jesus, from Nazareth of Galilee." ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
12 Then Jesus entered the temple, drove out all selling and buying there, overturned the money-changers' tables and the dove sellers' seats. ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
13 He told them, "It is written: 'My house will be called a house of prayer,' but you're making it a den of robbers." ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”
14 And the blind and the lame came to him in the temple, and he healed them. ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
15 When the chief priests and teachers of the law saw the wonders he did, and the children shouting in the temple, "Hosanna to the Son of David!" they grew angry, କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
16 and said to him, "Do you hear what these say?" Jesus said to them, "Yes. Have you never read, 'Out of the mouths of infants and nursing babies you have prepared praise'?" ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”
17 He left them, went out of the city to Bethany, and spent the night there. ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
18 Early in the morning, as he returned to the city, he was hungry. ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
19 Seeing a fig tree by the road, he went to it but found only leaves. He said, "May you never bear fruit again!" At once the tree withered. ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।
20 Seeing this, the disciples were amazed and asked, "How did the fig tree wither so fast?" ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?
21 Jesus answered, "I tell you the truth: with faith, no doubting, you'll not only do what happened to the fig tree—you'll even tell this mountain, 'Be lifted up and thrown into the sea,' and it will happen. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
22 And whatever you ask in prayer, if you believe, you will receive it." ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”
23 Entering the temple, he was teaching when the chief priests and elders of the people came and asked, "What authority do you have for these things, and who gave you this authority?" ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
24 Jesus replied, "I'll ask you one thing too. Tell me the answer, and I'll say by what authority I do these things. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।
25 John's baptism—where was it from? From heaven, or from man?" They discussed among themselves, "If we say, 'From heaven,' he will say to us, 'Then why did you not believe him?' ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
26 But if we say, 'From man,' we fear the crowd—they all view John as a prophet." କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
27 They answered Jesus, "We don't know." He said, "Neither will I tell you by what authority I do these things." ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
28 "But what do you think? A man had two sons. Coming to the first, he said, 'Son, go work today in the vineyard.' “ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
29 And he answered, 'I will not,' but later he changed his mind and went. ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।
30 He went to the second and said the same. This one answered, 'I'll go, sir'—but didn't go. ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’
31 Which of the two did his father's will?" They said, "The first." Jesus told them, "Truly I tell you, tax collectors and prostitutes enter the kingdom of our Father ahead of you." ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
32 "For John came to you in the way of righteousness, and you didn't believe him, but tax collectors and prostitutes did. Even after seeing that, you didn't change your minds and believe him." କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”
33 "Hear another parable: A landowner planted a vineyard, put a fence around it, dug a winepress in it, built a watchtower, leased it to tenants, and went away on a trip. “ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
34 When the harvest time drew near, he sent his servants to the tenants to collect his fruit. ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
35 But the tenants seized his servants—they beat one, killed another, and stoned another. କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।
36 Again he sent other servants, more than the first, and they treated them the same way. ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।
37 Finally he sent his son to them, saying, 'They will respect my son.' ‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।
38 But the tenants, seeing the son, said to each other, 'This is the heir; come, let's kill him and seize his inheritance.' ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’
39 So they seized him, threw him out of the vineyard, and killed him. ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।
40 Now when the owner of the vineyard comes, what will he do to those tenants?" ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”
41 They answered, "He will destroy those evil men horribly, and lease the vineyard to other farmers who will give him the fruit in season." ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
42 Jesus said to them, "Have you never read in the Scriptures: 'The stone the builders rejected became the cornerstone; this came from our Father, and it's marvelous in our eyes'?" ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’
43 "So I tell you: the kingdom of our Father will be taken from you and given to a nation that produces its fruits. ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
44 Whoever falls on this stone will be shattered; whoever it falls on will be crushed." ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”
45 When the chief priests and the Pharisees heard his parables, they realized he was speaking about them. ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।
46 They wanted to arrest him but feared the crowds, who considered him a prophet. ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]