Skip to content
The Believer's Library

Indian Revised Version(IRV) Odia - 2021

Matthew 22 IRVOry

Show IRVOry only
Verse × ×
1 Jesus spoke to them again in parables, saying: ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,
2 "The kingdom of our Father is like a king who prepared a wedding feast for his son. “ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
3 He sent his servants to summon the invited guests to the wedding feast, but they refused to come. ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
4 Again he sent other servants, saying, 'Tell those invited: Look, I have prepared my dinner; my oxen and fattened cattle are killed, everything ready. Come to the wedding feast.' ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’
5 But they paid no attention and went off, one to his farm, another to his business, କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,
6 while the rest seized his servants, mistreated them, and killed them. ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
7 The king was enraged, and he sent his troops, destroyed those murderers, and burned their city. କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।
8 Then he told his servants, 'The wedding is ready, but those invited weren't worthy. ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
9 Go therefore to the main roads and invite to the wedding feast as many as you find.' ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।
10 Those servants went out into the roads and gathered everyone they found, bad and good, and the wedding hall filled with guests. ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
11 "But when the king came in to see the guests, he saw a man not dressed in wedding clothes. କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,
12 He asked, 'Friend, how did you get in here without wedding clothes?' He was speechless. ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
13 Then the king told the servants, 'Tie his hands and feet, and throw him into the outer darkness, where there will be weeping and grinding of teeth.' ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
14 For many are called, but few are chosen." କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”
15 Then the Pharisees went and plotted how to trap him with his own words. ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।
16 They sent their disciples to him, with the Herodians, saying, "Teacher, we know you are truthful and truly teach God's way; you defer to no one, since you don't judge people by rank. ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
17 Tell us, then, what you think: Is it lawful to pay taxes to Caesar, or not?" ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
18 But Jesus, knowing their malice, said, "Why are you testing me, you hypocrites? କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”
19 Show me the coin used for the tax." And they brought him a denarius. “ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ।
20 And he said to them, "Whose image is this, and whose inscription?" ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?
21 They said, "Caesar's." Then he said to them, "So pay Caesar what belongs to Caesar, and our Father what belongs to our Father." ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
22 When they heard it, they were amazed; and they left him and went away. ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।
23 That same day Sadducees came to him, who say there is no resurrection, and they asked him, ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
24 saying, "Teacher, Moses said: if a man dies childless, his brother must marry the widow and raise offspring for his brother. ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
25 Now there were seven brothers among us. The first married, died, and, childless, left his wife to his brother. ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
26 So too the second and the third, down to the seventh. ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
27 Last of all, the woman died. ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା।
28 In the resurrection, then, whose wife of the seven will she be? For they all had her." ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ।
29 Jesus answered, "You're mistaken—you know neither the Scriptures nor our Father's power. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
30 For in the resurrection people neither marry nor are married off, but are like angels in heaven. କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
31 Now, about the resurrection of the dead, haven't you read what our Father told you: ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?
32 'I'm the God of Abraham, of Isaac, and of Jacob'? He's not God of the dead, but of the living." ‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”
33 And when the crowds heard it, they were astonished at his teaching. ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
34 But when the Pharisees heard that he had silenced the Sadducees, they gathered together. ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,
35 And one of them, an expert in the Law, asked him a question to test him: ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
36 "Teacher, which is the great commandment in the Law?" ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ?
37 He said to him, "Love your Father with all your heart, with all your soul, and with all your mind. ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
38 This is the great and first commandment. ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା।
39 And a second is like it: You will love your neighbor as yourself. ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
40 On these two commandments depend all the Law and the Prophets." ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
41 Now while the Pharisees were gathered together, Jesus asked them, ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
42 "What do you think about the Christ? Whose son is he?" They said to him, "David's." “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।”
43 He asked them, "How then does David, by the Holy Spirit, call him Lord, saying, ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?
44 'Our Father said to my Lord, "Sit at my right hand, until I put your enemies under your feet"'? ‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
45 If then David calls the Christ Lord, how can the Christ be David's son?" ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
46 No one could answer him a word, and from that day no one dared ask him anything else. ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]