Skip to content
The Believer's Library

Indian Revised Version(IRV) Odia - 2021

Matthew 23 IRVOry

Show IRVOry only
Verse × ×
1 Then Jesus spoke to the crowds and to his disciples, ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
2 saying, "The scribes and the Pharisees sit on Moses' seat. “ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
3 "So do and keep whatever they tell you, but not what they do—they preach, but don't do. ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
4 They tie up heavy, hard-to-carry loads and put them on people's shoulders, but they themselves won't lift a finger to move them. ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
5 They do everything to be seen by others; they widen their phylacteries and lengthen their tassels, ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6 and they love the place of honor at feasts and the best seats in the synagogues, ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
7 and greetings in the marketplaces and being called 'Rabbi' by others. ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
8 You must not be called 'Rabbi,' since you have only one teacher, and you're all brothers. କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
9 And call no one on earth your father, for you have one Father, who is in heaven. ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
10 Don't let anyone call you 'instructor,' for you have one instructor, the Christ. ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
11 The greatest among you will be your servant. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
12 Whoever raises himself will be humbled; whoever humbles himself will be raised. ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”
13 Woe to you, scribes and Pharisees, hypocrites! For you shut the kingdom of our Father before people, neither entering yourselves nor letting in those trying to enter. “କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
14 Not in this edition [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]
15 Woe to you, scribes and Pharisees, hypocrites! For you cross sea and land to make one convert, then make him twice the child of hell you are. ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ।
16 Woe to you, blind guides! You say, 'Swearing by the temple means nothing, but swearing by the temple's gold makes the oath binding.' ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
17 Blind fools! Which is greater: the gold, or the temple that makes the gold sacred? ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?
18 And you say, 'Swearing by the altar is nothing, but swearing by its gift is binding.' ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
19 You blind men! For which is greater, the gift or the altar that makes the gift sacred? ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?
20 So whoever swears by the altar swears by it and by everything on it. ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21 And whoever swears by the temple swears by it and by him who lives in it. ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
22 And whoever swears by heaven swears by our Father's throne and by him who sits on it. ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
23 Woe to you, scribes and Pharisees, hypocrites! You bring the tenth of mint, dill, and cumin, yet neglect the law's weightier matters—justice, mercy, faithfulness. These you should have done, without neglecting the others. ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
24 You blind guides, straining out a gnat and swallowing a camel! ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
25 Woe to you, scribes and Pharisees, hypocrites! You clean the cup and dish outside, but inside they're full of greed and excess. ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
26 Blind Pharisee! First clean the inside of cup and dish, so the outside is clean too. ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
27 Woe to you, scribes and Pharisees, hypocrites! You are like whitewashed tombs, appearing beautiful outside but full of dead people's bones and all impurity inside. ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28 So you also outwardly appear righteous to others, but inside you are full of hypocrisy and lawlessness. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
29 Woe to you, scribes and Pharisees, hypocrites! For you build tombs of the prophets and decorate the monuments of the righteous, “ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
30 saying, 'Had we lived in our fathers' days, we would not have joined them in killing the prophets.' ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
31 So you testify against yourselves that you are the sons of those who murdered the prophets. ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
32 Fill up, then, the measure of your fathers. ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
33 You serpents, you brood of vipers, how are you to escape being sentenced to hell? ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?
34 So I am sending you prophets, wise men, and scribes—some you will kill and crucify, some you will flog in your synagogues and persecute from town to town, ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
35 so that all righteous blood shed on earth may come upon you—from righteous Abel's blood to Zechariah son of Berekiah's, whom you murdered between the sanctuary and the altar. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
36 Truly, I say to you, all these things will come upon this generation. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
37 Jerusalem, Jerusalem—killing the prophets, stoning those sent to you! How often I wanted to gather your children, as a hen gathers her chicks under her wings, but you refused. “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
38 Look, your house is left to you desolate. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
39 I tell you, you won't see me again till you say, 'Blessed is the one coming in our Father's name.'" କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]