Skip to content
The Believer's Library

Indian Revised Version(IRV) Odia - 2021

Matthew 25 IRVOry

Show IRVOry only
Verse × ×
1 "Then the kingdom of our Father will be like ten virgins who took their lamps and went out to meet the bridegroom. “ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
2 Five of them were foolish, and five were wise. ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ।
3 The foolish ones took their lamps but did not take any oil with them. ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ,
4 But the wise ones took oil in flasks along with their lamps. ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ।
5 When the bridegroom was delayed, they all became drowsy and fell asleep. ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ।
6 But at midnight a cry rang out: 'Look, the bridegroom! Come out to meet him!' କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।
7 Then all the young women woke up and trimmed their lamps. ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ।
8 The foolish said to the wise, 'Give us some of your oil, because our lamps are going out.' କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।
9 But the wise answered, 'No, there may not be enough for us and you. Go instead to those who sell, and buy for yourselves.' ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ।
10 While they went to buy it, the bridegroom came. The ready ones went in with him to the wedding feast, and the door closed. କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା।
11 Later the other young women came too, saying, 'Lord, lord, open the door for us!' ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ।
12 But he answered, 'Truly I tell you, I do not know you.' କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।
13 Therefore keep watch, because you do not know the day or the hour. ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”
14 "For it will be like a man going abroad, calling his servants and entrusting them with his property. “ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ।
15 He gave one five bags of silver, another two, another one—each by his own ability—then set out on his journey. ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।
16 The one given five bags of silver went at once, put them to work, and gained five more. ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।
17 In the same way, the one with two bags of silver gained two more. ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।
18 But the one who received one bag of silver went off, dug in the ground, and hid his master's money. ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା।
19 "After a long time the master of those servants returned and settled accounts with them. ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ।
20 The man who received five bags of silver came, adding five more: 'Master, you entrusted me with five bags of silver; see, I've gained five more.' ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।
21 "His master said, 'Well done, good and faithful servant! You were faithful over a little; I'll put you over much. Enter your master's joy!' ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
22 "The one with two bags of silver also came and said, 'Master, you gave me two bags of silver; look, I've earned two more.' ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।
23 "His master told him, 'Well done, good and faithful servant! You were faithful with a little; I'll put you over much. Enter your master's joy!' ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
24 "Then the one who had received one bag of silver came and said, 'Master, I knew you were a hard man, reaping where you didn't sow, gathering where you didn't scatter seed.' ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।
25 Afraid, I went and hid your silver in the ground. Here is what is yours. ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ।
26 "His master replied, 'You wicked, lazy servant! You knew I harvest where I didn't sow and gather where I didn't scatter seed? କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
27 "You should have deposited my money with the bankers, so on my return I'd get it back with interest. ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି।
28 So take his bag of silver and give it to the one with ten bags of silver. ‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ।
29 For everyone who has will be given more, and he'll overflow; but the one who has nothing will lose even what he has. କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
30 Throw out that worthless servant into the outer darkness, where there will be weeping and grinding of teeth.' ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”
31 "When the Son of Man comes in his glory, with all his angels, he will sit on his glorious throne. “ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
32 All the nations will be gathered before him, and he will separate them from each other as a shepherd separates sheep from goats. ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
33 He will put the sheep on his right and the goats on his left. ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।
34 Then the King will say to those on his right, 'Come, you blessed by my Father; inherit the kingdom prepared for you since the foundation of the world. ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
35 "For I was hungry and you fed me; thirsty, and you gave me a drink; a stranger, and you took me in, କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
36 I was naked and you dressed me, sick and you cared for me, in prison and you visited me.'" ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
37 "Then the righteous will answer him, 'Lord, when did we see you hungry and feed you, or thirsty and give you drink? ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ?
38 "When did we see you a stranger and shelter you, or naked and dress you? ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ?
39 When did we see you sick or in prison and come to you?'" ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ?
40 "And the King will reply, 'Truly I tell you, whatever you did for one of the least of these siblings of mine, you did for me.' ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
41 Then he'll tell those on his left, 'Away from me, you cursed ones, into the eternal fire prepared for the devil and his angels. ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,
42 For I was hungry and you gave me nothing to eat, thirsty and you gave me nothing to drink, କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
43 I was a stranger, and you didn't take me in; naked, and you didn't dress me; sick and in prison, and you didn't visit me.'" ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ।
44 "Then they too will answer, 'Lord, when did we see you hungry, thirsty, a stranger, naked, sick, or in prison, and not serve you?' ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
45 "He will answer, 'Truly I tell you: whatever you didn't do for one of the least of these, you didn't do for me.' ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
46 Then they will go away to eternal punishment, but the righteous to eternal life." ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]