Skip to content
The Believer's Library

Indian Revised Version(IRV) Odia - 2021

Matthew 26 IRVOry

Show IRVOry only
Verse × ×
1 When Jesus had finished all these sayings, he said to his disciples, ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
2 "You know Passover comes after two days, and the Son of Man is handed over to be crucified." “ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”
3 Then the chief priests and elders of the people gathered in the courtyard of the high priest Caiaphas, ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
4 and they plotted together to seize Jesus secretly and kill him. ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
5 But they said, "Not during the festival, or there will be an uproar among the people." କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
6 Now when Jesus was in Bethany, in the house of Simon the leper, ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଥିବା ସମୟରେ,
7 a woman came to him with an alabaster jar of very expensive perfume and poured it on his head as he sat at the table. ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
8 Seeing this, the disciples were angry, saying, "Why this waste? କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
9 For this could have been sold for a large sum and given to the poor." ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।
10 Jesus knew this and said to them, "Why trouble this woman? She has done a beautiful thing to me. ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।
11 For you always have the poor with you, but you will not always have me. ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
12 For when she poured this perfume on my body, she did it to prepare me for burial. ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।
13 Truly I tell you: wherever this gospel is preached worldwide, what she did will also be told, in memory of her." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
14 Then one of the Twelve, the one called Judas Iscariot, went to the chief priests, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,
15 and said, "What are you willing to give me, and I will hand him over to you?" And they counted out thirty pieces of silver for him. ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।
16 And from then on he looked for an opportunity to betray him. ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
17 On the first day of Unleavened Bread, the disciples asked Jesus, "Where do you want us to prepare for you to eat the Passover?" ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
18 He said, "Go into the city to a certain man and tell him, 'The Teacher says: My time is near. I'll keep Passover at your house with my disciples.'" ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”
19 And the disciples did as Jesus directed them, and they prepared the Passover. ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
20 When evening came, he sat at the table with the Twelve. ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
21 And as they were eating, he said, "Truly I tell you, one of you will betray me." ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22 Deeply grieved, they each asked him, "Surely not I, Lord?" ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ?
23 He replied, "The one who has dipped his hand in the bowl with me will betray me. ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
24 The Son of Man goes, just as is written of him. But how terrible for the man who betrays him—better for him had he never been born." ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
25 Judas, his betrayer, said, "Surely not I, Rabbi?" He said to him, "You have said so." ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”
26 As they ate, Jesus took bread, blessed and broke it, gave it to the disciples, and said, "Take, eat; this is my body." ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”
27 Taking a cup and giving thanks, he gave it to them, saying, "Drink from it, all of you, ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
28 for this is my blood of the covenant, poured out for many for forgiveness of sins. “ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
29 I tell you: I won't drink this fruit of the vine again, from now until the day I drink it new with you in my Father's kingdom." କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”
30 And when they had sung a hymn, they went out to the Mount of Olives. ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
31 Then Jesus told them, "Tonight you will all fall away because of me. For it is written: 'I will strike the shepherd, and the flock's sheep will be scattered.' ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
32 But after I am raised up, I will go ahead of you to Galilee." ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।”
33 Peter said to him, "Though they all fall away because of you, I will never fall away." କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
34 Jesus said to him, "I tell you the truth: before the rooster crows tonight, you will deny me three times." ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
35 Peter said, "Even if I must die with you, I won't deny you." All the disciples said the same. ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
36 Then Jesus came with them to a place called Gethsemane and told the disciples, "Sit here while I go pray over there." ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
37 And taking with him Peter and the two sons of Zebedee, he became deeply grieved and distressed. ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
38 Then he told them, "My soul is crushed with sorrow, even to death. Stay here and watch with me." ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”
39 Going a little farther, he fell on his face and prayed, "My Father, if possible, let this cup pass from me. Yet not as I will, but as you will." ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
40 He came to the disciples and found them asleep. He said to Peter, "So, couldn't you stay awake with me one hour? ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?
41 Stay alert and pray, so you don't fall into temptation; the spirit is willing, but the flesh is weak." ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
42 A second time he went away and prayed, "My Father, if this cannot pass unless I drink it, your will be done." ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”
43 And he came again and found them sleeping, for their eyes were heavy. ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।
44 So leaving them again, he went away and prayed a third time, saying the same words again. ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।
45 Then he came to the disciples and said to them, "Still sleeping and resting? Look, the hour has come, and the Son of Man is betrayed into the hands of sinners. ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
46 Get up, let's go! Look, the one who betrays me is here!" ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
47 While he was still speaking, Judas, one of the Twelve, suddenly came with a large crowd carrying swords and clubs, sent by the chief priests and elders of the people. ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।
48 Now the betrayer had given them a signal: "The one I kiss is him—seize him." ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ।
49 And immediately he came up to Jesus and said, "Greetings, Rabbi!" And he kissed him. ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
50 Jesus told him, "Friend, do what you came to do." Then they came, grabbed Jesus, and held him. କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
51 And look, one of those with Jesus reached out his hand, drew his sword, struck the high priest's servant, and cut off his ear. ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
52 Then Jesus said to him, "Put your sword back in its place. All who take the sword will die by the sword. ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ।
53 Do you think I can't call on my Father, who'd at once send me more than twelve legions of angels? ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
54 But how then would the Scriptures be fulfilled, that it must happen this way?" ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”
55 At that hour Jesus said to the crowds, "Did you come out with swords and clubs to seize me, as against a bandit? I sat teaching in the temple daily, and you didn't arrest me. ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
56 But all this happened to fulfill the prophets' Scriptures." Then all the disciples abandoned him and fled. ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
57 Then those who arrested Jesus brought him to Caiaphas the high priest, where the scribes and the elders had gathered. ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।
58 Peter followed at a distance, to the high priest's courtyard, went in, and sat with the guards to watch how it would end. କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।
59 The chief priests and the whole Council sought false testimony against Jesus, to put him to death, ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
60 but they found none, though many false witnesses came forward. At last two came forward, ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ। ଶେଷରେ ଦୁଇ ଜଣ ବାହାରି କହିଲେ,
61 and said, "This man said, 'I can destroy God's temple and rebuild it in three days.'" ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।
62 The high priest stood up and said to him, "Have you no answer? What are these men testifying against you?" ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କଅଣ?
63 But Jesus was silent. The high priest said, "I put you under oath by the living God: tell us whether you are the Christ, the Son of God." କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?
64 Jesus told him, "You've said it. But I tell you: from now on you'll see the Son of Man seated at Power's right hand, coming on heaven's clouds." ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
65 Then the high priest tore his clothes: "He has blasphemed! Why do we still need witnesses? You've now heard the blasphemy. ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,
66 What is your judgment?" They answered, "He deserves death." ଆପଣମାନଙ୍କର ମତ କଅଣ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ।
67 Then they spit in his face and struck him; and some slapped him, ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
68 saying, "Prophesy to us, Christ! Who hit you?" ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?
69 Peter sat outside in the courtyard. A servant girl approached, saying, "You too were with Jesus the Galilean." ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
70 But he denied it before them all, saying, "I don't know what you're talking about." କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।
71 As he went out to the gate, another servant girl saw him and told those there, "This man was with Jesus of Nazareth." ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।
72 And again he denied it with an oath, "I do not know the man." ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
73 Shortly after, the bystanders came to Peter: "Surely you're one of them too, since your accent gives you away." ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
74 Then he began to curse himself and swear, "I don't know the man." At once a rooster crowed. ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
75 Peter remembered Jesus' words: "Before the rooster crows, you will deny me three times." He went out and wept bitterly. ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]