Skip to content
The Believer's Library

Indian Revised Version(IRV) Odia - 2021

Matthew 27 IRVOry

Show IRVOry only
Verse × ×
1 At dawn, all the chief priests and elders of the people met and plotted to kill Jesus. ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
2 So they bound him, led him away, and handed him over to Pilate the governor. ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
3 Then Judas, his betrayer, seeing Jesus condemned, felt remorse and returned the thirty pieces of silver to the chief priests and elders, ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,
4 saying, "I sinned, betraying innocent blood." They said, "Not our concern. You'll see to it." ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
5 He threw the pieces of silver into the temple, went out, and hanged himself. ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
6 The chief priests took the silver and said, "We can't put this in the treasury—it was payment for blood." କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।
7 So they consulted, then bought the potter's field with it, to bury foreigners. ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
8 That is why that field has been called the Field of Blood to this day. ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
9 Then what the prophet Jeremiah spoke was fulfilled: "They took the thirty pieces of silver, the price set on him, whom some of Israel's sons priced, ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ
10 and they gave them for the potter's field, as our Father directed me." ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।
11 Jesus stood before the governor; the governor asked, "Are you the King of the Jews?" Jesus said, "You say so." ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”
12 But when he was accused by the chief priests and elders, he gave no answer. ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।
13 Then Pilate said to him, "Don't you hear how many charges they're bringing against you?" ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
14 He gave him no answer, not even to a single charge, so the governor was greatly amazed. ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।
15 At each feast the governor would release one prisoner the crowd wanted. କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।
16 At that time they were holding a notorious prisoner called Barabbas. ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
17 When they had gathered, Pilate asked, "Which do you want me to release—Barabbas, or Jesus called Christ?" ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
18 For he knew that it was out of envy that they had handed him over. କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
19 While he sat on the judgment seat, his wife sent to him: Have nothing to do with that righteous man, for I suffered much today in a dream because of him. ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
20 But the chief priests and elders persuaded the crowds to ask for Barabbas and to have Jesus put to death. ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।
21 The governor said, "Which of the two should I release to you?" They said, "Barabbas." ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।
22 Pilate asked them, "What then do I do with Jesus called Christ?" They all said, "Have him crucified!" ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
23 He said, "Why? What wrong has he done?" But they cried out louder, "Crucify him!" ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
24 Seeing he could do nothing, but a riot was starting instead, Pilate took water, washed his hands before the crowd, and said, "I am innocent of this man's blood; you see to it." ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
25 And all the people answered, "His blood be on us and on our children!" ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
26 Then he released Barabbas to them, had Jesus whipped, and handed him over to be crucified. ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
27 Then the governor's soldiers took Jesus into the governor's headquarters and gathered the whole regiment around him. ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।
28 They stripped him and put a scarlet robe on him. ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
29 They twisted a crown of thorns, set it on his head, put a reed in his right hand, knelt before him, and mocked him: "Hail, King of the Jews!" ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।
30 And they spit on him, took the reed, and struck him on the head again and again. ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
31 After mocking him, they stripped off the robe, dressed him in his own clothes, and led him away to crucify him. ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
32 Going out, they found a Cyrenian named Simon and forced him to carry Jesus's cross. ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
33 And when they came to a place called Golgotha (which means Place of a Skull), ଆଉ, ସେମାନେ ଗଲ୍‌ଗଥା ନାମକ ସ୍ଥାନ, ଅର୍ଥାତ୍‍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
34 they gave him wine mixed with bitter gall to drink; he tasted it and refused to drink. ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।
35 And when they had crucified him, they divided his garments among themselves by casting lots. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
36 Then they sat down and kept watch over him there. ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ।
37 Over his head they posted the charge against him: "This is Jesus, the King of the Jews." ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।
38 Then two robbers were crucified with him, one on his right and one on his left. ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।
39 Those who passed by hurled insults at him, shaking their heads, ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
40 saying, "You who would destroy the temple and rebuild it in three days—save yourself! If you're the Son of God, come down from the cross!" ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
41 In the same way the chief priests, with the scribes and elders, also mocked him, saying, ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
42 "he saved others; himself he can't save. He's King of Israel—let him come down from the cross now, and we'll believe in him. ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।
43 He trusts in God—let God save him now, if he wants him, for he said, 'I am God's Son.'" ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।
44 And the robbers who were crucified with him also heaped insults on him in the same way. ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।
45 Now from noon until three in the afternoon darkness came over all the land. ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
46 About three in the afternoon, Jesus cried loudly, "Eli, Eli, lema sabachthani?"—meaning, "My God, my God, why have you forsaken me?" ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
47 When some of those standing there heard this, they said, "This man is calling Elijah." ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି।
48 One of them ran at once, soaked a sponge in sour wine, put it on a reed, and gave him a drink. ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା।
49 But the others said, "Leave him alone. Let us see whether Elijah will come to save him." କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା।
50 And Jesus cried out again with a loud voice and gave up his spirit. କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।
51 Suddenly the curtain of the temple was torn in two, from top to bottom. The earth shook, the rocks split. ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
52 The tombs were opened, and many bodies of the holy ones who had fallen asleep were raised. ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
53 After Jesus's resurrection, they left the tombs, entered the holy city, and appeared to many. ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।
54 The centurion and those with him guarding Jesus saw the earthquake and what happened, and were terrified, saying, "Truly this man was the Son of God!" ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
55 Many women watched from a distance; they had followed Jesus from Galilee to serve him. ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
56 Among them: Mary Magdalene, Mary mother of James and Joseph, and the mother of Zebedee's sons. ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।
57 At evening a rich man from Arimathea named Joseph came, himself a disciple of Jesus. ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ।
58 He went to Pilate and asked for Jesus' body. Then Pilate ordered it given to him. ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
59 Joseph took the body, wrapped it in a clean linen cloth. ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
60 He put it in his new tomb, cut into the rock, rolled a large stone across the tomb's entrance, and left. ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
61 Mary Magdalene and the other Mary were there, sitting opposite the tomb. ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
62 The next day—after Preparation Day—the chief priests and Pharisees gathered before Pilate, ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
63 and said, "Sir, we remember that deceiver, while still alive, said, 'After three days I will rise.' ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
64 So order the tomb secured until the third day, or his disciples may come, steal him, and tell the people, 'He has been raised from the dead.' That last deception would be worse than the first." ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।
65 Pilate said to them, "You have a guard. Go, make it as secure as you can." ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର।
66 So they went and made the tomb secure by sealing the stone and posting the guard. ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]