Skip to content
The Believer's Library

Indian Revised Version(IRV) Odia - 2021

Matthew 28 IRVOry

Show IRVOry only
Verse × ×
1 After the Sabbath, at dawn on the first day of the week, Mary Magdalene and the other Mary came to see the tomb. ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
2 Suddenly a great earthquake struck, for an angel of our Father came down from heaven, rolled back the stone, and sat on it. ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
3 His appearance was like lightning, and his clothing white as snow. ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,
4 The guards trembled in fear of him and became like dead men. ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
5 But the angel said to the women, "Don't be afraid, for I know you're looking for Jesus, who was crucified. କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
6 He isn't here—he's risen, as he said. Come, see the place where he was lying. ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।
7 Go quickly, tell his disciples: He has risen from the dead. Look, he is going ahead of you to Galilee; you will see him there. Listen, I have told you." ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
8 So they left the tomb quickly, with fear and great joy, and ran to tell his disciples. ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।
9 Suddenly Jesus met them, saying, "Greetings!" They came to him, grasped his feet, and worshiped him. ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
10 Then Jesus told them, "Don't be afraid. Go, tell my brothers to leave for Galilee—they will see me there." ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”
11 While on the way, some guards entered the city and reported to the chief priests all that had happened. ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀ-ଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।
12 After meeting with the elders and forming a plan, they paid the soldiers a large sum, ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
13 telling them, "Say: His disciples came at night and stole him while we slept. ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
14 If this reaches the governor, we'll persuade him and keep you free of trouble." ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।
15 They took the money and did as they were told; this report spread among the Jews to this day. ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
16 Then the eleven disciples went to Galilee, to the mountain where Jesus had directed them. କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
17 When they saw him, they worshiped him, but some doubted. ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18 Jesus came and said to them, "All authority in heaven and on earth has been given to me. ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
19 Therefore go and make disciples of all nations, baptizing them in the name of the Father and of the Son and of the Holy Spirit, ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20 teaching them to obey all I've commanded you. Remember, I'm with you always, to the end of the age." ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]