Skip to content
The Believer's Library

Indian Revised Version(IRV) Odia - 2021

Matthew 3 IRVOry

Show IRVOry only
Verse × ×
1 In those days John the Baptist came, preaching in the wilderness of Judea, ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
2 "Repent, for the kingdom of our Father has come near." “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
3 This is the one Isaiah the prophet spoke of, saying: "A voice calling out in the wilderness: Prepare the way of the Lord, make his paths straight." ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”
4 John wore clothes of camel hair, with a leather belt around his waist; his food was locusts and wild honey. ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
5 Then Jerusalem and all Judea and all the region around the Jordan went out to him, ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,
6 and they were baptized by him in the Jordan River, confessing their sins. ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
7 Seeing many Pharisees and Sadducees coming to be baptized, he said to them, "You brood of vipers! Who warned you to flee the coming wrath? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
8 Bear fruit, then, worthy of repentance. ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
9 Don't presume to say to yourselves, 'Abraham is our father,' for I tell you: our Father can raise up children for Abraham from these stones. ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
10 The axe already lies at the root of the trees, so every tree not bearing good fruit is cut down and thrown into the fire. ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
11 "I baptize you with water for repentance, but the one coming after me is stronger than I am—I'm not worthy to carry his sandals. He will baptize you with the Holy Spirit and fire. ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
12 His winnowing fork is in his hand; he'll clear his threshing floor, gather his wheat into the barn, but burn the chaff with fire that never goes out." ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
13 Then Jesus came from Galilee to the Jordan to John, to be baptized by him. ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।
14 But John tried to stop him: "I need baptism from you, yet you come to me?" କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”
15 Jesus replied to him, "Allow it now, for this is how we must fulfill all righteousness." So John allowed him. ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।
16 After Jesus was baptized, he came up out of the water at once, and suddenly the heavens opened to him; he saw the Spirit of our Father coming down like a dove and settling on him. ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
17 Then a voice from heaven said, "This is my Son, the one I love; I delight in him." ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]