Skip to content
The Believer's Library

Indian Revised Version(IRV) Odia - 2021

Matthew 4 IRVOry

Show IRVOry only
Verse × ×
1 Then the Holy Spirit led Jesus into the wilderness to be tempted by the devil. ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
2 And after fasting forty days and forty nights, he was hungry. ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
3 The tempter came and said, "If you're the Son of God, tell these stones to become bread." ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
4 But he answered, "It is written, 'People do not live by bread alone, but by every word from our Father's mouth.'" କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
5 Then the devil took him into the holy city, stood him on the temple's highest point, ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
6 and told him, "If you're God's Son, throw yourself down, since Scripture says, 'He will command his angels about you, and they will carry you on their hands, so you won't strike your foot on a stone.'" “ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
7 Jesus said to him, "Again it is written, 'You must not put your Father to the test.'" ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
8 Again the devil took him to a very high mountain and showed him all the world's kingdoms and their glory. ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
9 He said to him, "All these I will give you, if you bow down and worship me." ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
10 Then Jesus told him, "Get away, Satan! For Scripture says, 'Worship your Father, and serve only him.'" ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
11 Then the devil left him, and suddenly angels came and took care of him. ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
12 Now when he heard that John had been arrested, he withdrew into Galilee. ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
13 He left Nazareth and settled in Capernaum, by the sea, in the territory of Zebulun and Naphtali, ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
14 so that what was spoken by the prophet Isaiah might be fulfilled: ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
15 "The land of Zebulun and the land of Naphtali, the way of the sea, beyond the Jordan, Galilee of the Gentiles, “ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,
16 the people dwelling in darkness have seen a great light, and for those dwelling in the region and shadow of death, on them a light has dawned." ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”
17 From that time Jesus began to preach, saying, "Repent, for the kingdom of our Father is near." ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
18 Walking by the Sea of Galilee, he saw two brothers, Simon called Peter and his brother Andrew, casting a net into the sea—they were fishermen. ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
19 And he said to them, "Follow me, and I will make you fishers of people." ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
20 Immediately they left their nets and followed him. ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
21 Going on from there, he saw two more brothers—James son of Zebedee and John his brother—in the boat with their father Zebedee, mending nets, and called them. ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
22 Immediately they left the boat and their father and followed him. ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
23 He went all through Galilee, teaching in their synagogues, announcing the good news of the kingdom, and healing every disease and sickness among the people. ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
24 News of him spread through all Syria. They brought him all who were sick—gripped by various diseases and pains, oppressed by demons, epileptic, paralyzed—and he healed them. ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
25 Large crowds followed him from Galilee, the Decapolis, Jerusalem, Judea, and beyond the Jordan. ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]