Skip to content
The Believer's Library

Indian Revised Version(IRV) Odia - 2021

Matthew 5 IRVOry

Show IRVOry only
Verse × ×
1 Seeing the crowds, Jesus went up the mountain; when he sat down, his disciples came to him. ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
2 And he opened his mouth and began to teach them, saying: ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
3 "Blessed are the poor in spirit, for theirs is the kingdom of our Father. “ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
4 Blessed are those who mourn, for they will be comforted. ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
5 Blessed are the meek, for they will inherit the earth. ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
6 Blessed are those who hunger and thirst for righteousness, for they will be satisfied. ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
7 Blessed are the merciful, for they will receive mercy. ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।
8 Blessed are the pure in heart, for they will see our Father. ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
9 Blessed are the peacemakers, for they will be called children of our Father. ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
10 Blessed are those who are persecuted for righteousness' sake, for theirs is the kingdom of our Father. ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
11 "Blessed are you when people insult, persecute, and lie about every kind of evil against you because of me. ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
12 Rejoice and be glad, for your reward is great in heaven, for they persecuted the prophets before you the same way. ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
13 "You are the salt of the earth. But if salt loses its taste, how can it be salted again? It's no longer good for anything but being thrown out and trampled by people. ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
14 "You are the light of the world. A city set on a hill cannot be hidden. ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
15 No one lights a lamp and puts it under a basket, but sets it on a stand to light everyone in the house. କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
16 Likewise, let your light shine before people, so they see your good works and glorify your Father in heaven. ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
17 "Don't think I came to abolish the Law or the Prophets—I didn't come to abolish them, but to fulfill them. ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
18 For truly I tell you: until heaven and earth pass, not one letter, not one stroke, will pass from the Law until everything is done. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
19 So whoever breaks one of these least commands and teaches others the same will be called least in the kingdom of our Father; but whoever keeps and teaches them will be called great in the kingdom of our Father. ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
20 For I tell you, unless you are more righteous than the scribes and Pharisees, you'll never enter the kingdom of our Father. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
21 "You've heard that it was said to those of old, 'Do not murder; whoever murders is subject to judgment.' ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’
22 But I tell you: whoever is angry with his brother risks judgment. Whoever insults his brother risks the council, and whoever says, 'You fool!' risks fiery hell. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
23 "So if you're offering your gift at the altar and recall there that your brother has something against you, ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
24 leave your gift there before the altar, go make peace with your brother first, then come offer your gift. ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
25 Make peace with your accuser quickly, while still on the way with him, or he may hand you over to the judge, the judge to the officer, and you may be thrown into prison. ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
26 Truly I tell you, you will never get out until you have paid the last penny. ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
27 "You have heard that it was said, 'You shall not commit adultery.' ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
28 But I tell you: everyone who looks at a woman lustfully has already committed adultery with her in his heart. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
29 If your right eye makes you stumble, tear it out and throw it away—better to lose one part of your body than have your whole body thrown into hell. ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
30 If your right hand makes you sin, cut it off and throw it away. Better to lose one part of you than have your whole body go into hell. ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
31 "It was also said, 'Whoever divorces his wife must give her a certificate of divorce.' ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’
32 I tell you: whoever divorces his wife, except for sexual sin, makes her a victim of adultery; and whoever marries a divorced woman commits adultery. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
33 "Again, you've heard it was said to the ancients: 'Don't break your oath—fulfill it to our Father.' ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’
34 But I tell you, do not swear an oath at all: neither by heaven, for it is our Father's throne, କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;
35 nor by the earth, for it's the footstool for his feet, nor by Jerusalem, for it's the city of the great King. କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
36 And do not swear by your head, for you cannot make a single hair white or black. ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
37 Let your 'Yes' be 'Yes,' and your 'No,' 'No'; anything beyond this comes from the evil one. କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
38 "You have heard that it was said, 'Eye for eye and tooth for tooth.' ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
39 But I tell you: don't resist an evil person. If someone slaps your right cheek, turn the other cheek to him too. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
40 If anyone wants to sue you and take your tunic, let him have your cloak too. ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
41 And if anyone forces you to go one mile, go with him two. ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।
42 Give to whoever asks you, and don't turn away whoever wants to borrow from you. ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
43 "You have heard that it was said, 'You will love your neighbor and hate your enemy.' ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’
44 But I tell you, love your enemies and pray for those who persecute you, କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
45 so you may become children of your Father in heaven, because he makes his sun rise on evil and good and sends rain on just and unjust. ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
46 If you love those who love you, what reward is that? Don't even tax collectors do the same? ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
47 If you greet only your brothers, what more do you do than others? Don't even the Gentiles do that? ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
48 Be perfect, therefore, as your heavenly Father is perfect." ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]