Skip to content
The Believer's Library

Indian Revised Version(IRV) Odia - 2021

Matthew 8 IRVOry

Show IRVOry only
Verse × ×
1 When he came down from the mountain, great crowds followed him. ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।
2 A man with leprosy approached, knelt before him, saying, "Lord, if you're willing, you can make me clean." ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
3 Jesus reached out his hand and touched him: "I am willing; be clean." His leprosy vanished at once. ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।
4 Jesus told him, "Tell no one, but go show yourself to the priest and offer the gift Moses commanded, as testimony to them." ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”
5 When he entered Capernaum, a centurion came to him, appealing to him, ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
6 and saying, "Lord, my servant is lying at home paralyzed, suffering terribly." ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
7 He said to him, "I will come and heal him." ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”
8 The centurion replied, "Lord, I'm not worthy for you to come under my roof; just say the word, and my servant will be healed. କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
9 For I too am a man under authority, with soldiers under me. I tell one, 'Go,' and he goes; another, 'Come,' and he comes; my servant, 'Do this,' and he does it." କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
10 Hearing this, Jesus was amazed and told his followers, "Truly, I tell you, I have found no one in Israel with such faith. ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
11 I tell you, many will come from east and west and sit at the table with Abraham, Isaac, and Jacob in our Father's kingdom, କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
12 but the kingdom's sons will be thrown into the outer darkness, where there will be weeping and grinding of teeth." ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
13 Jesus told the centurion, "Go, let it be done for you as you believed." His servant was healed that hour. ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।
14 When Jesus entered Peter's house, he saw Peter's mother-in-law lying in bed with a fever. ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
15 He touched her hand; the fever left her, and she rose and served him. ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।
16 That evening they brought him many oppressed by demons; he expelled the spirits with a word and healed everyone sick. ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
17 This fulfilled the prophet Isaiah's words: "He took our weaknesses and carried our diseases." ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”
18 When Jesus saw a crowd around him, he ordered them to cross to the other side. ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।
19 And a scribe came up and said to him, "Teacher, I will follow you wherever you go." ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
20 Jesus told him, "Foxes have dens and birds of the sky have nests, but the Son of Man has nowhere to lay his head." ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
21 Another of the disciples said to him, "Lord, let me first go and bury my father." ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
22 But Jesus said to him, "Follow me, and leave the dead to bury their own dead." କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”
23 When he got into the boat, his disciples followed him. ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।
24 Suddenly a great storm arose on the sea, so waves covered the boat—but he was asleep. ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।
25 So they woke him: "Lord, save us! We're dying!" ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
26 He said to them, "Why are you afraid, you of little faith?" Then he stood and rebuked the winds and sea, and a great calm followed. ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।
27 The men were amazed: "What kind of man is this—even winds and sea obey him?" ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
28 Crossing to the other side, to the region of the Gadarenes, two demon-possessed men came out of the tombs to meet him, so violent no one could pass that way. ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।
29 They shouted, "What do you want with us, Son of God? Have you come here to torment us before the time?" ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
30 Now a herd of many pigs was feeding at some distance from them. ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା।
31 And the demons begged him, "If you cast us out, send us into the herd of pigs." ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।
32 He told them, "Go." They came out and entered the pigs, and the whole herd rushed down the cliff into the sea and died in the waters. ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।
33 The herdsmen fled into the city and reported everything, including what had happened to the demon-possessed men. ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।
34 The whole city came out to meet Jesus; seeing him, they begged him to leave their region. ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]