Skip to content
The Believer's Library

Indian Revised Version(IRV) Odia - 2021

Matthew 9 IRVOry

Show IRVOry only
Verse × ×
1 Jesus stepped into a boat, crossed over, and came to his own town. ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।
2 Some brought him a paralyzed man lying on a mat. Seeing their faith, Jesus told the paralyzed man, "Take heart, son; your sins are forgiven." ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”
3 At this, some of the teachers of the law said to themselves, "This man is blaspheming." ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।
4 Knowing their thoughts, Jesus said, "Why do you harbor evil in your hearts? ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
5 Which is easier: to say, 'Your sins are forgiven,' or to say, 'Get up and walk'? କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?
6 But so you know the Son of Man has authority on earth to forgive sins"—then he told the paralyzed man, "Get up, take your mat, and go home." କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”
7 And the man got up and went home. ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା।
8 Seeing this, the crowds were awed and praised our Father, who gave people such authority. ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।
9 Moving on from there, Jesus saw a man named Matthew sitting at the tax booth. "Follow me," he said. Matthew got up and followed him. ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
10 As Jesus ate in Matthew's house, many tax collectors and sinners joined him and his disciples at the table. ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।
11 Seeing this, the Pharisees asked his disciples, "Why does your teacher eat with tax collectors and sinners?" ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”
12 On hearing this, Jesus said, "It is not the healthy who need a doctor, but the sick. କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
13 But go and learn what this means: 'I want mercy, not sacrifice.' For I didn't come to call the righteous, but sinners." କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
14 Then John's disciples came, asking him, "Why do we and the Pharisees fast often, but your disciples don't?" ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
15 Jesus replied, "Can the groom's friends mourn while he's with them? But days are coming when the groom is taken from them—then they'll fast. ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।
16 No one sews an unshrunk patch on an old garment; the patch pulls away from it, leaving a worse tear. କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।
17 People don't pour new wine into old wineskins; otherwise the skins burst, the wine spills, and they're ruined. Instead, new wine goes into new wineskins, so both are kept." ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”
18 While he spoke, a synagogue leader came, knelt before him, and said, "My daughter just died. But come, lay your hand on her, and she will live." ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।
19 Jesus got up and went with him, and so did his disciples. ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।
20 Just then a woman bleeding twelve years came up behind and touched his cloak's edge. ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
21 She kept saying to herself, "If I only touch his cloak, I will be healed." କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
22 Jesus turned, saw her. "Courage, daughter," he said, "your faith has healed you." The woman was healed at that moment. କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
23 When Jesus entered the synagogue leader's house and saw the flute players and the noisy crowd, ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”
24 he said, "Go away. The girl is not dead but asleep." But they laughed at him. ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
25 When the crowd was sent out, he went in, took her hand, and the girl got up. କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।
26 News of this spread through all that region. ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।
27 As Jesus left there, two blind men followed, shouting, "Have mercy on us, Son of David!" ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
28 Entering the house, the blind men came to him. He asked, "Do you believe I am able to do this?" "Yes, Lord," they said. ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ।
29 Then he touched their eyes and said, "Let it be done to you according to your faith". ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।”
30 Their eyes opened. Jesus warned them sternly, "See that no one knows about this." ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”
31 But they went out and spread the news about him all over that region. ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
32 As they went out, a mute, demon-possessed man was brought to Jesus. ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ।
33 Once the demon was driven out, the mute man spoke. The crowds were amazed and said, "Nothing like this has ever appeared in Israel." ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।
34 But the Pharisees said, "He drives out demons by the prince of demons." କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି।
35 Jesus traveled every town and village, teaching in their synagogues, announcing the good news of our Father's kingdom, and healing every disease and sickness. ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
36 Seeing the crowds, he felt compassion for them, because they were troubled and helpless, like sheep without a shepherd. ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
37 Then he said to his disciples, "The harvest is plentiful but the workers are few. ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
38 So ask the Father of the harvest to send out workers into his harvest field." ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]