Skip to content
The Believer's Library

Indian Revised Version(IRV) Odia - 2021

Micah 1 IRVOry

Side by side with the Father's Heart Bible™

1ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

ଆଗାମୀ ବିନାଶ

2ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ;ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର;ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।

3କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତିଓ ସେ ଓହ୍ଲାଇ ଆସିପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।

4ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ,ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।

5କାରଣ ଯାକୁବର ଆଜ୍ଞାଲଙ୍ଘନଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି।ଯାକୁବର ଆଜ୍ଞାଲଙ୍ଘନ କଅଣ?ତାହା କି ଶମରୀୟା ନୁହେଁ?ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣସେହି ସବୁ କି ଯିରୂଶାଲମ ନୁହେଁ?

6ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପିଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା;ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇତହିଁର ଭିତ୍ତିମୂଳ ଅନାବୃତ କରିବା।

7ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ,ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା;କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛିଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।

8ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା,ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା।ଆମ୍ଭେ ଶୃଗାଳ ପରି ବିଳାପ କରିବାଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।

9କାରଣ ତାହାର କ୍ଷତ ଅଚିକିତ୍ସ୍ୟଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି;ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର,ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।

10ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ,ଆଦୌ ରୋଦନ କର ନାହିଁ;ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।

11ହେ ଶାଫୀର ନିବାସିନୀ,ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ;ସାନନ ନିବାସିନୀ ବାହାର ହୋଇ ଆସି ନାହିଁ;ବେଥ୍-ସେଲର ବିଳାପତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।

12କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ;ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।

13ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ;ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା;କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।

14ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;

15ଆହୁରି, ହେ ମାରେଶା ଗ୍ରାମର ନିବାସିନୀ,ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା;ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।

16ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେମସ୍ତକ ମୁଣ୍ଡନ କରଓ କେଶ କାଟି ପକାଅ;ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର;କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]