Skip to content
The Believer's Library

Indian Revised Version(IRV) Odia - 2021

Micah 1 IRVOry

Show IRVOry only
Verse × ×
1 The word of our Father to Micah of Moresheth in the days of Jotham, Ahaz, and Hezekiah, kings of Judah—what he saw about Samaria and Jerusalem. ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2 Hear, all you peoples; listen, earth, and all that fills it—let the Sovereign Father be a witness against you, the Sovereign Father from his holy temple. ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
3 For look—our Father is coming out from his place; he will come down and tread on the high places of the earth. କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
4 The mountains will melt beneath him, and the valleys will split apart, like wax before the fire, like waters poured down a steep slope. ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
5 All this is because Jacob rebelled and the house of Israel sinned. What is Jacob's rebellion? Isn't it Samaria? And what is Judah's high place? Isn't it Jerusalem? କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
6 So I will make Samaria a heap of ruins in the open field, a place for planting vineyards. I will pour her stones down into the valley and lay bare her foundations. ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
7 All her carved images will be shattered, all her wages burned in the fire; all her idols I will lay waste. For from a prostitute's wages she gathered them, and to a prostitute's wages they will return. ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
8 Because of this I will lament and wail; I will go stripped and naked. I will howl like jackals and moan like ostriches. ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
9 For her wound is incurable; it has come all the way to Judah. It has reached the gate of my people, all the way to Jerusalem. କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
10 Do not tell it in Gath; do not weep at all. In Beth-le-aphrah roll yourselves in the dust. ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
11 Pass on your way, you who live in Shaphir, in nakedness and shame. Those who live in Zaanan do not come out; the wailing of Beth-ezel leaves you with no place to stand. ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
12 For those who live in Maroth wait anxiously for good, because disaster has come down from our Father to the gate of Jerusalem. କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
13 Harness the horses to the chariot, you who live in Lachish. She was the beginning of sin to the daughter of Zion, for in you the rebellions of Israel were found. ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
14 Therefore you will give parting gifts to Moresheth-gath; the houses of Achzib will be a deception to the kings of Israel. ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
15 Once more I will bring a conqueror against you, you who live in Mareshah; the glory of Israel will come to Adullam. ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
16 Shave your head and cut off your hair for the children you love; make yourself as bald as the eagle, for they will go from you into exile. ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]