Skip to content
The Believer's Library

Indian Revised Version(IRV) Odia - 2021

Micah 2 IRVOry

Show IRVOry only
Verse × ×
1 Woe to those who plot wickedness and work out evil upon their beds! At the morning light they carry it out, because they have the power to do it. ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
2 They covet fields and seize them, and houses, and carry them off. They oppress a man and his house, a person and his inheritance. ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
3 Therefore this is what our Father says: Look, against this family I am devising disaster, from which you cannot pull your necks free; you will not be able to hold your heads high, for it is an evil time. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
4 In that day they will take up a taunt against you and wail with bitter lamentation, saying, "We are utterly ruined! He trades away the portion of my people; how he strips it from me! To the traitor he parcels out our fields." ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
5 Therefore you will have no one to cast the measuring line by lot in the assembly of our Father. ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
6 "Do not preach!" they preach. "No one should preach such things; disgrace will not overtake us." ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
7 Should this be said, house of Jacob? Is the Spirit of our Father impatient? Are these his deeds? Do not my words bring good to the one who walks uprightly? ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
8 But lately my children have risen up as an enemy. You strip the rich robe from those who pass by unsuspecting, like men returning from war who wanted no fight. ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
9 You drive the women of my people out of their pleasant homes; from their little children you take away my splendor forever. ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
10 Get up and go, for this is no place of rest; because it is defiled, it brings destruction—a grievous destruction. ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।
11 If a man who lives by empty deceit were to lie, "I will preach to you of wine and alcohol," he would be just the preacher for this people! ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।
12 I will surely gather all of you, Jacob; I will surely bring together the remnant of Israel. I will set them as one, like sheep in a pen, like a flock in the midst of their pasture—a place loud with people. ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
13 The one who breaks open the way goes up before them; they break through and pass the gate, going out through it. Their King goes on ahead of them, our Father at their head. ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]