Skip to content
The Believer's Library

Indian Revised Version(IRV) Odia - 2021

Micah 3 IRVOry

Show IRVOry only
Verse × ×
1 Then I said: Listen, leaders of Jacob, rulers of the house of Israel! Isn't knowing justice your duty? ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
2 You who hate good and love evil, who tear the skin from my people and their flesh from their bones; ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3 who eat the flesh of my people, strip off their skin, and break their bones in pieces; who chop them up like meat for the pot, like flesh inside the cauldron. ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
4 Then they will cry out to our Father, but he will not answer them; he will hide his face from them at that time, because of the evil they have done. ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
5 This is what our Father says about the prophets who lead my people astray: when they are fed, they cry "Peace," but declare war on anyone who puts nothing in their mouths. ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
6 Therefore night will come over you, without vision; darkness for you, without divination. The sun will set on the prophets, and the day will go dark over them. ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
7 The seers will be ashamed and the diviners disgraced; they will all cover their mouths in shame, for there is no answer from our Father. ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
8 But as for me, I am filled with power—with the Spirit of our Father—and with justice and might, to declare to Jacob his rebellion and to Israel his sin. ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
9 Hear this, you leaders of the house of Jacob and rulers of the house of Israel, who despise justice and pervert everything that is right, ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
10 who build Zion with bloodshed and Jerusalem with wrongdoing. ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
11 Her leaders judge for a bribe, her priests teach for a price, and her prophets divine for silver; yet they lean on our Father and say, "Is not our Father among us? No disaster can come upon us." ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
12 Therefore because of you Zion will be plowed like a field, Jerusalem will become a heap of ruins, and the temple mount a forested hilltop. ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]