Skip to content
The Believer's Library

Indian Revised Version(IRV) Odia - 2021

Micah 4 IRVOry

Side by side with the Father's Heart Bible™

ସଦାପ୍ରଭୁଙ୍କ ପର୍ବତ

1ମାତ୍ର ଶେଷ କାଳରେ ଏରୂପ ଘଟିବ,ସଦାପ୍ରଭୁଙ୍କ ଗୃହର ପର୍ବତ,ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ;ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।

2ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ,“ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ,ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ;ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।”କାରଣ ସିୟୋନଠାରୁ ବ୍ୟବସ୍ଥାଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।

3ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ;ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ;ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ,କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

4ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତାଓ ଡିମ୍ବିରିବୃକ୍ଷ ତଳେ ବସିବେଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ;କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

5କାରଣ ଯାବତୀୟ ଗୋଷ୍ଠୀଆପଣା ଆପଣା ଦେବତାର ନାମରେ ଚାଲିବେ,ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।

ସିୟୋନକୁ ସଦାପ୍ରଭୁଙ୍କ ସୁରକ୍ଷା

6ସଦାପ୍ରଭୁ କହନ୍ତି, ସେହି ଦିନଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା,ପୁଣି ଯେ ତାଡ଼ିତ ହୋଇଅଛିଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

7ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବାଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବାଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।

8ପୁଣି, ହେ ପଲର ଦୁର୍ଗ,ହେ ସିୟୋନ କନ୍ୟାର ଗିରି,ତାହା ତୁମ୍ଭ ନିକଟକୁ ଆସିବ,ହଁ ପୂର୍ବକାଳର ରାଜ୍ୟ,ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।

9ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ?ତୁମ୍ଭ ମଧ୍ୟରେ କି ରାଜା ନାହିଁ,ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କିସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?

10ହେ ସିୟୋନ କନ୍ୟେ,ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରିବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର;କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇପଦାରେ ବାସ କରିବଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ;ସେଠାରେ ତୁମ୍ଭେ ଉଦ୍ଧାର ପାଇବ;ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁତୁମ୍ଭକୁ ମୁକ୍ତ କରିବେ।

11ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି,ସେମାନେ କହନ୍ତି, “ସେ ଅଶୁଚି ହେଉଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।”

12ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ,ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ;କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।

13ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର;କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟଓ ତୁମ୍ଭର ଖୁରା ପିତ୍ତଳମୟ କରିବା;ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ;ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]