Skip to content
The Believer's Library

Indian Revised Version(IRV) Odia - 2021

Micah 5 IRVOry

Side by side with the Father's Heart Bible™

1ହେ ସୈନ୍ୟଦଳର କନ୍ୟେ,ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର;ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି;ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।

2ମାତ୍ର ହେ ବେଥଲିହିମ-ଇଫ୍ରାଥା,ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ,ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ;ପୁରାତନ କାଳରୁ,ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।

3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ,ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ;ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।

4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ,ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେଓ ସେମାନେ ସୁସ୍ଥିର ହୋଇ ବାସ କରିବେ;କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।

5ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ;ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ,ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।

ଯାକୁବର ଅବଶିଷ୍ଟାଂଶଙ୍କ ଉଦ୍ଧାର

6ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ;ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

7ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିରଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟିମନୁଷ୍ୟ ପାଇଁ ବିଳମ୍ବ ନ କରେ,କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ,ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।

8ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ,ମେଷପଲ ମଧ୍ୟରେ ଯେପରି ଯୁବା ସିଂହଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ,ଆଉ ଉଦ୍ଧାରକାରୀ କେହି ନ ଥାଏ,ସେପରି ଗୋଷ୍ଠୀଗଣ ମଧ୍ୟରେ,ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।

9ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।

10ଆହୁରି, ସଦାପ୍ରଭୁ କହନ୍ତି, ସେଦିନଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବାଓ ତୁମ୍ଭର ରଥସବୁ ନଷ୍ଟ କରିବା;

11ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବାଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

12ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବାଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

13ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମାଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା;ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।

14ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବାଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।

15ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ,ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]