Skip to content
The Believer's Library

Indian Revised Version(IRV) Odia - 2021

Micah 6 IRVOry

Side by side with the Father's Heart Bible™

ପରମେଶ୍ୱରଙ୍କ ଅଭିଯୋଗ

1ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ;ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କରଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।

2ହେ ପର୍ବତଗଣ,ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ,ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ;କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛିଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।

3“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ?ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ?ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।

4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ;ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।

5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲାଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା,ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର,ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”

ପରମେଶ୍ୱର କʼଣ ଚାହାନ୍ତି?

6“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା?ଆମ୍ଭେ କି ହୋମବଳି ରୂପେଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?

7ସହସ୍ର ସହସ୍ର ମେଷରେଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ?ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ,ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”

8ହେ ମନୁଷ୍ୟ, ଯାହା ଉତ୍ତମ,ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି;ନ୍ୟାୟାଚରଣ, ଦୟା ଭଲ ପାଇବାଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର,ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?

ଦୁଷ୍ଟର ବିନାଶ

9ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛିଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ।ତୁମ୍ଭେମାନେ ଦଣ୍ଡଓ ତନ୍ନିରୂପଣକାରୀଙ୍କୁ ମାନ।

10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାରଓ ଘୃଣାଯୋଗ୍ୟ ସାନ ଐଫା ଅଛି?

11ଆମ୍ଭେ କି ଦୁଷ୍ଟତାର ନିକ୍ତିରେଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

12ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତିଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି,ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।

13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ;ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

14ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ;ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।

15ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ;ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ;ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।

16କାରଣ ଅମ୍ରିଙ୍କର ବିଧିଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛିଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ;ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବାଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା;ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]