Skip to content
The Believer's Library

Indian Revised Version(IRV) Odia - 2021

Micah 7 IRVOry

Show IRVOry only
Verse × ×
1 How miserable I am! I am like someone who gathers summer fruit, like one who gleans the vineyard after harvest: there is no cluster to eat, no early fig I long for. ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
2 The faithful have vanished from the land, and there is no one upright among the people; they all lie in wait for blood, each hunting his brother with a net. ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
3 Their hands are skilled at evil: the official demands a bribe, the judge accepts a payoff, and the powerful dictate what they want—and so they all conspire together. ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
4 The best of them is like a brier, the most upright worse than a thorn hedge. The day your watchmen warned of, the day of your reckoning, has come; now their confusion is near. ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
5 Put no trust in a neighbor; have no confidence in a close friend; guard what you say even to the one who lies in your arms. ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
6 For the son treats the father with contempt, the daughter rises against her mother, the daughter-in-law against her mother-in-law; a person's enemies are the members of his own household. କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
7 But as for me, I will watch for our Father; I will wait for the Father who saves me; my Father will hear me. ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
8 Do not gloat over me, my enemy! Though I have fallen, I will rise; though I sit in darkness, our Father will be my light. ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
9 I will bear the indignation of our Father, because I have sinned against him, until he takes up my case and brings me justice. He will bring me out into the light, and I will see his vindication. ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
10 Then my enemy will see it and be covered with shame, she who said to me, "Where is the LORD your God?" My eyes will look on her; now she will be trampled down like mud in the streets. ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
11 The day for rebuilding your walls will come, the day your boundaries will be extended far and wide. ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
12 In that day they will come to you from Assyria and the cities of Egypt, from Egypt to the River, from sea to sea and mountain to mountain. ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
13 But the earth will become desolate because of those who live in it, as the fruit of their deeds. ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
14 Shepherd your people with your staff, the flock of your inheritance, who live alone in a forest in the midst of fertile pasture. Let them graze in Bashan and Gilead as they did long ago. ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
15 As in the days when you came out of the land of Egypt, I will show them wonders. ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
16 The nations will see and be ashamed of all their might; they will put their hands over their mouths, and their ears will go deaf. ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
17 They will lick the dust like a serpent, like creatures that crawl on the ground. They will come trembling from their strongholds; they will turn to our Father in dread, and they will be afraid of you. ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
18 Who is like our Father, who pardons sin and passes over the rebellion of the remnant of his inheritance? He does not hold on to his anger forever, because his heart delights in covenant love. ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
19 He will again have compassion on us; he will tread our wrongdoing underfoot. You will hurl all our sins into the depths of the sea. ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
20 You will be faithful to Jacob and show covenant love to Abraham, as you swore to our ancestors long ago. ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]