Skip to content
The Believer's Library

Indian Revised Version(IRV) Odia - 2021

Nahum 1 IRVOry

Show IRVOry only
Verse × ×
1 An oracle concerning Nineveh. The book of the vision of Nahum the Elkoshite. ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।
2 Our Father is jealous and avenging; our Father takes vengeance and is filled with wrath. Our Father takes vengeance on his adversaries, and he reserves his wrath for his enemies. ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
3 Our Father is slow to anger and great in power, and he will never leave the guilty unpunished. His way is in the whirlwind and the storm, and the clouds are the dust beneath his feet. ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
4 He rebukes the sea and dries it up; he makes all the rivers run dry. Bashan and Carmel wither, and the blossom of Lebanon fades. ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।
5 The mountains quake before him, and the hills melt away. The earth heaves at his presence—the world and all who live in it. ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
6 Who can stand before his fury? Who can endure the heat of his anger? His wrath pours out like fire, and the rocks shatter before him. ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
7 Our Father is good, a stronghold in the day of trouble; he knows those who take refuge in him. ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
8 But with an overwhelming flood he will put an end to her place, and he will pursue his enemies into darkness. ମାତ୍ର ସେ ପ୍ଲାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
9 What do you plot against our Father? He will put a complete end to it; trouble will not rise up a second time. ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
10 For though they are entangled like thorns and soaked in their drink, they will be consumed like dry stubble. କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
11 From you, Nineveh, came one who plots evil against our Father, a counselor of wickedness. ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
12 This is what our Father says: However strong and numerous they are, they will be cut down and disappear. Though I have made you suffer, I will make you suffer no more. ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
13 Now I will break his yoke from your neck and tear away your chains. ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”
14 Our Father has commanded about you, Nineveh: your name will have no descendants. I will cut off the carved image and cast idol from your gods' house. I will make your grave—you are contemptible. ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”
15 Look! There on the mountains, the feet of one who brings good news, who proclaims peace! Celebrate your feasts, Judah; fulfill your vows. For never again will the wicked invade you; they are completely cut off. ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]