Skip to content
The Believer's Library

Indian Revised Version(IRV) Odia - 2021

Nehemiah 3 IRVOry

Show IRVOry only
Verse × ×
1 Eliashib the high priest and his fellow priests rose and built the Sheep Gate. They dedicated it and set up its doors; they dedicated it up to the Tower of the 100, to the Tower of Hananel. ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
2 Next to them the men of Jericho built, and next to them Zaccur son of Imri built. ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
3 Hassenaah's sons rebuilt the Fish Gate, laid its beams, and set up its doors, bolts, and bars. ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
4 Next to them, Meremoth son of Uriah son of Hakkoz repaired. Next to them, Meshullam son of Berechiah son of Meshezabel repaired. Next to them, Zadok son of Baana repaired. ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
5 Next to them the Tekoites repaired, but their nobles wouldn't put their necks to their masters' work. ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
6 Joiada son of Paseah and Meshullam son of Besodeiah repaired the Old Gate: laid its beams, set its doors, bolts, and bars. ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
7 Next to them, Melatiah the Gibeonite and Jadon the Meronothite—men of Gibeon and Mizpah—repaired the section belonging to the seat of the governor of the province Beyond the River. ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।
8 Next to him, Uzziel son of Harhaiah, one of the goldsmiths, made repairs. Next to him, Hananiah, a perfumer, made repairs. They restored Jerusalem as far as the Broad Wall. ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।
9 Next to them Rephaiah son of Hur, ruler of half the district of Jerusalem, made repairs. ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।
10 Next to them Jedaiah son of Harumaph repaired opposite his house; next to him, Hattush son of Hashabneiah repaired. ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।
11 Harim's son Malkijah and Pahath-moab's son Hasshub repaired another section and the Tower of the Ovens. ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
12 Next to him Shallum son of Hallohesh, ruler of half the district of Jerusalem, repaired—he and his daughters. ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।
13 Hanun and Zanoah's people repaired the Valley Gate, rebuilding it, setting up its doors, bolts, and bars, and repairing about 1,500 feet of wall to the Dung Gate. ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।
14 Malkijah son of Rechab, ruler of the Beth-haccherem district, repaired the Dung Gate—rebuilding it and setting its doors, bolts, and bars. ପୁଣି, ବେଥ୍-ହକ୍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
15 Shallun son of Col-hozeh, ruler of the Mizpah district, repaired the Fountain Gate—rebuilding it, roofing it, and setting its doors, bolts, and bars. He also repaired the wall of the Pool of Siloam by the King's Garden, to the stairs going down from the City of David. ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
16 After him Nehemiah son of Azbuk, ruler of half the district of Beth-zur, repaired up to the point opposite David's tombs, the built pool, and the House of the Warriors. ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍‍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
17 After him the Levites repaired: Rehum son of Bani. Next to him, Hashabiah, ruler of half the district of Keilah, repaired for his district. ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
18 After him their fellow Levites repaired next: Binnui son of Henadad, ruler of half the district of Keilah. ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
19 Beside him, Ezer son of Jeshua, Mizpah's ruler, repaired a second section opposite the armory ascent at the Angle. ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
20 After him Baruch son of Zabbai eagerly repaired another section, from the Angle to the entrance of Eliashib the high priest's house. ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
21 After him Meremoth son of Uriah son of Hakkoz repaired another section, from the entrance to the end of Eliashib's house. ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
22 After him the priests from the surrounding plain made repairs. ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
23 Next, Benjamin and Hasshub repaired opposite their house. Next, Azariah son of Maaseiah son of Ananiah repaired beside his own house. ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।
24 After him Binnui son of Henadad repaired another section, from Azariah's house to the Angle and corner. ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
25 Palal son of Uzai repaired opposite the Angle and the tower jutting from the king's upper palace, by the guard's court. After him, Pedaiah son of Parosh. ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।
26 The temple servants living on Ophel repaired up to opposite the Water Gate eastward, and the projecting tower. ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
27 After them the Tekoites repaired a second section, from opposite the great projecting tower to the wall of Ophel. ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
28 Above the Horse Gate the priests made repairs, each one opposite his own house. ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
29 After him Zadok son of Immer repaired, opposite his house. After him Shemaiah son of Shecaniah, keeper of the East Gate, repaired. ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।
30 After him Hananiah son of Shelemiah and Hanun, Zalaph's sixth son, repaired another section. After them Meshullam son of Berechiah repaired opposite his living quarters. ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
31 After him Malkijah, one of the goldsmiths, repaired as far as the house of the temple servants and traders, opposite the Inspection Gate, and to the upper room at the corner. ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
32 Between the upper room at the corner and the Sheep Gate, the goldsmiths and merchants made repairs. ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]