Skip to content
The Believer's Library

Indian Revised Version(IRV) Odia - 2021

Nehemiah 7 IRVOry

Side by side with the Father's Heart Bible™

1ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। 2ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। 3ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”

ନିର୍ବାସନରୁ ଫେରିଥିବା ଲୋକଙ୍କ ତାଲିକା

4ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।

5ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା, 6ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା; 7ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

8ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। 9ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। 10ଆରହର ସନ୍ତାନ ଛଅ ଶହ ବାବନ ଜଣ। 11ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ। 12ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 13ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ। 14ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। 15ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ। 16ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ। 17ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ। 18ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ। 19ବିଗ୍‍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ। 20ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ। 21ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ। 22ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ। 23ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ। 24ହାରୀଫର ସନ୍ତାନ ଏକ ଶହ ବାର ଜଣ। 25ଗିବୀୟୋନ୍‍ର ସନ୍ତାନ ପଞ୍ଚାନବେ ଜଣ। 26ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ। 27ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ। 28ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ। 29କିରୀୟଥ୍‍-ଯିୟାରୀମ୍‍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ। 30ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ। 31ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ। 32ବେଥେଲ୍‍ ଓ ଅୟର ଲୋକ ଏକ ଶହ ତେଇଶ ଜଣ। 33ଅନ୍ୟ ନବୋର ଲୋକ ବାବନ ଜଣ। 34ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 35ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ। 36ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। 37ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ। 38ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ। 39ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। 40ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ। 41ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। 42ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।

43ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ। 44ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ। 45ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।

46ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; 47କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; 48ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍‍ମୟର ସନ୍ତାନଗଣ; 49ହାନନ୍‍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ; 50ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ; 51ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ; 52ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; 53ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; 54ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; 55ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;

56ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ। 57ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ; 58ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; 59ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୋନ୍‍ର ସନ୍ତାନଗଣ।

60ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।

61ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, 62ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ। 63ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। 64ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ। 65ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।

66ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ। 67ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ। 68ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର; 69ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।

70ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। 71ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ। 72ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। 73ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]