Skip to content
The Believer's Library

Indian Revised Version(IRV) Odia - 2021

Numbers 1 IRVOry

Show IRVOry only
Verse × ×
1 Our Father spoke to Moses in the Sinai wilderness, in the tent of meeting, on the first day of the second month of the second year after they left the land of Egypt. He said: ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
2 "Count the whole community of Israel's people, by clans and fathers' houses—every male, by name, head by head. “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।
3 Register everyone in Israel twenty and older who can serve in the army—you and Aaron—by their divisions. କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
4 A man from each tribe is to be with you, each one the head of his family. ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
5 "Names of the men who will stand with you: from Reuben, Elizur son of Shedeur. ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
6 "From Simeon, Shelumiel son of Zurishaddai; ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
7 "From Judah, Nahshon son of Amminadab; ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ
8 "From Issachar, Nethanel son of Zuar; ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9 "From Zebulun, Eliab son of Helon; ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
10 "From the sons of Joseph: from Ephraim, Elishama son of Ammihud; from Manasseh, Gamaliel son of Pedahzur; ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
11 "From Benjamin, Abidan son of Gideoni; ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
12 "From Dan, Ahiezer son of Ammishaddai; ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13 "From Asher, Pagiel son of Ochran; ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14 "From Gad, Eliasaph son of Deuel; ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
15 "From Naphtali, Ahira son of Enan. ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।”
16 "These were the community's called ones, leaders of their ancestral tribes, heads of Israel's clans." ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
17 So Moses and Aaron took these men who had been designated by name, ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
18 on the first day of the second month they gathered the whole community. The people registered their ancestry by clan and family—every male twenty years old and older, listed by name, one by one, ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
19 as our Father had commanded Moses. So Moses counted them in the wilderness of Sinai. ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
20 From Reuben's descendants, Israel's firstborn: recorded by clan and family, name by name, every male twenty years old and up, able to serve in war. ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
21 Those counted from the tribe of Reuben were 46,500. ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
22 Simeon's descendants, by clans and families, counted by name, head by head: every male twenty years old and up, fit for the army. ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
23 Those counted from the tribe of Simeon were 59,300. ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
24 From Gad's descendants: by clans, families, and names, every man twenty and older fit for military service. ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25 Those counted from the tribe of Gad were 45,650. ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
26 Judah's descendants, listed by clans and families, by name, every man twenty and older able to serve in the army: ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27 those counted from the tribe of Judah were 74,600. ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
28 Issachar's descendants, listed by clan and family, by name, every man twenty years and older fit for war: ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29 those counted from the tribe of Issachar were 54,400. ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
30 Zebulun's descendants: registered by clan and family, by name, every man twenty years old or older fit for military service. ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31 Those counted from the tribe of Zebulun were 57,400. ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
32 Sons of Joseph, Ephraim's line: recorded by clan and family, by name, every man twenty and older fit for military service. ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
33 Those counted from the tribe of Ephraim were 40,500. ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
34 Manasseh's descendants, listed by clans and families, by name, each man twenty years or older able to serve in the army: ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35 those counted from the tribe of Manasseh were 32,200. ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
36 From Benjamin's descendants, recorded by clan and family, by name, every man twenty years old and older, fit for military service: ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37 those counted from the tribe of Benjamin were 35,400. ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
38 From Dan's descendants, listed by clan and family, by name, every man twenty years old and older fit for war: ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39 those counted from the tribe of Dan were 62,700. ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
40 Asher's descendants, listed by clan and family, by name: every man twenty years old and up, fit for military service. ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41 Those counted from the tribe of Asher were 41,500. ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
42 Naphtali's descendants: by clan and family, counted by name, every man twenty and older fit for war. ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43 Those counted from the tribe of Naphtali were 53,400. ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
44 Moses, Aaron, and Israel's twelve leaders counted these men, each for his family. ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
45 All Israel's people were counted by families, every man twenty years old and older, fit to serve in Israel's army. ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
46 All those counted came to 603,550. ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
47 But the Levites were not counted among them by their ancestral tribe. ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।
48 For our Father had said to Moses: କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49 "Do not count the tribe of Levi or list them among the Israelites. “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50 Instead, put the Levites in charge of the tabernacle of the testimony, all its furnishings, and everything belonging to it. They must carry the tabernacle and its furnishings, care for it, and camp around it. ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
51 When the tabernacle sets out, Levites take it down; when it is pitched, Levites set it up. Any outsider who comes near is to be put to death. ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
52 Israel's people are to camp, each by his own camp, each under his own banner, by their companies. ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
53 The Levites must camp around the tabernacle of the testimony, so no wrath falls on the Israelite community; the Levites are to guard the tabernacle of the testimony." ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
54 The people of Israel did everything our Father had commanded Moses; that is exactly what they did. ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]