Skip to content
The Believer's Library

Indian Revised Version(IRV) Odia - 2021

Numbers 10 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Make yourself two silver trumpets, hammered work; use them to call the community and to move the camps. “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
3 When both sound, the whole community must gather to you at the entrance to the tent of meeting. ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4 But if only one is blown, the leaders—heads of Israel's clans—are to gather to you. ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5 When you sound a blast, the camps on the east side are to set out. ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6 Sound a second blast: camps on the south side set out. Sound a blast for their setting out. ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7 But when you call the assembly together, blow a steady note, not an alarm. ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8 Aaron's sons, the priests, are to blow the trumpets—a lasting law for you throughout your generations. ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
9 When you go to war in your land against the enemy crushing you, sound an alarm on the trumpets—you will be remembered before me and saved from your enemies. ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
10 Also on your day of joy, at your appointed feasts and new moons, blow the trumpets over your burnt offerings and over your peace offerings—a memorial for you before our Father. I am your Father." ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11 In the second year, second month, on the twentieth day, the cloud lifted from over the tabernacle of the testimony. ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12 The Israelites set out from the Sinai wilderness, stage by stage; the cloud settled in the Paran wilderness. ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 This was their first setting out, at our Father's command through Moses. ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 Judah's camp banner set out first, by their divisions, Nahshon son of Amminadab over his division. ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 Nethanel son of Zuar was over the division of the tribe of Issachar, ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 and Eliab son of Helon was over the division of the tribe of Zebulun. ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 The tabernacle was taken down, and the sons of Gershon and sons of Merari set out, carrying it. ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 Reuben's camp standard set out by divisions, Elizur son of Shedeur over its division. ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 Shelumiel son of Zurishaddai was over the division of the tribe of Simeon, ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20 and Eliasaph son of Deuel was over the division of the tribe of Gad. ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21 The Kohathites set out carrying the holy things, and the tabernacle was set up before they arrived. ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22 Ephraim's camp standard set out by division, Elishama son of Ammihud over its division. ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23 Gamaliel son of Pedahzur was over the division of the tribe of Manasseh, ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24 and Abidan son of Gideoni was over the division of the tribe of Benjamin. ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25 Dan's camp standard set out, rear guard of all the camps, by their divisions, with Ahiezer son of Ammishaddai over its division. ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26 Pagiel son of Ochran was over the division of the tribe of Asher, ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27 and Ahira son of Enan was over the division of the tribe of Naphtali. ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28 This was the order of march for the Israelites by their divisions as they set out. ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29 Moses said to Hobab son of Reuel the Midianite, his father-in-law, "We are traveling to the place our Father said, 'I will give it to you.' Come with us; we will treat you well, for our Father has promised good to Israel." ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”
30 But Hobab said to him, "I will not go; I am returning to my own land and my own people." ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31 Moses said, "Please don't leave us, since you know where we should camp in the wilderness, and you'll be our eyes. ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
32 If you come with us, whatever good our Father does for us, we'll do the same for you." ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”
33 They set out from the mountain of our Father on a three-day journey, and the ark of our Father's covenant went ahead of them that three-day journey, seeking a resting place for them. ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34 The cloud of our Father was over them by day as they left the camp. ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
35 Whenever the ark set out, Moses said, "Rise, O Father! Let your enemies be scattered; let those who hate you flee before you." ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
36 Whenever it rested, he'd say, "Return, O Father, to Israel's countless thousands." ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]