Skip to content
The Believer's Library

Indian Revised Version(IRV) Odia - 2021

Numbers 11 IRVOry

Show IRVOry only
Verse × ×
1 The people complained about their hardship where our Father could hear; he heard, his anger burned, and the fire of our Father blazed among them, consuming the camp's edge. ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
2 The people cried out to Moses, Moses prayed to our Father, and the fire died down. ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
3 So that place was named Taberah, because the fire of our Father had blazed among them. ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
4 The mixed crowd among them craved intensely; Israel's people also wept again, saying, "If only we had meat to eat! ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
5 We remember the fish we ate in Egypt free, the cucumbers, melons, leeks, onions, and garlic. ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
6 But now our appetite is gone; there is nothing at all to see but this manna." ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
7 Now the manna was like coriander seed, and it looked like pale resin. ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
8 The people went about gathering it, ground it in mills or crushed it in mortars, boiled it in pots, and shaped it into cakes. It tasted like pastry made with oil. ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
9 When the dew fell on the camp at night, the manna fell with it. ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
10 Moses heard the people weeping by their clans, each at his tent entrance. The anger of our Father burned greatly, and it seemed wrong to Moses. ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
11 Moses said to our Father, "Why have you mistreated your servant? Why haven't I found favor with you, that you put this whole people's burden on me? ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
12 Did I conceive all these people? Did I give birth to them, that you'd tell me, 'Carry them in your arms, as a caregiver carries a nursing baby,' to the land you swore to give their ancestors? ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
13 Where can I get meat for all these people? They keep weeping to me, saying, 'Give us meat to eat!' ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
14 I cannot carry all these people by myself; it is too heavy for me. ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
15 If this is how you treat me, please kill me now—if I have found favor in your eyes—and don't let me see my own misery." ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16 Then our Father told Moses, "Gather for me seventy men from Israel's elders, whom you know as elders and officers of the people, and bring them to the meeting tent, and let them stand there with you. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
17 I will come down, speak with you there, take some of the Spirit on you, and put it on them. They will carry the people's burden with you, so you won't carry it alone. ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18 Tell the people: Dedicate yourselves for tomorrow—you will eat meat. You wept in our Father's hearing, saying, 'If only we had meat to eat! We were better off in Egypt.' So our Father will give you meat, and you will eat. ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
19 Not for one day, two, five, ten, or twenty days will you eat it, ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
20 but a whole month, until it comes out your nostrils and disgusts you—because you rejected our Father among you, weeping before him, saying, 'Why did we ever leave Egypt?'" ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
21 Moses said, "The people I'm with number 600,000 on foot, yet you say, 'I will give them meat to eat for a whole month'?" ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
22 Could flocks and herds be slaughtered to satisfy them? Could all the fish of the sea be gathered to satisfy them? ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
23 Our Father said to Moses, "Is my hand too short? Now you'll see whether my word comes true for you or not." ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
24 Moses went out and told the people our Father's words. He gathered seventy men from the people's elders and stationed them around the tent. ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
25 Then our Father came down in the cloud, spoke to him, took some of the Spirit on him, and put it on the seventy elders. When the Spirit rested on them, they prophesied—but not again. ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
26 Two men had remained in the camp, one named Eldad, the other Medad, and the Spirit rested on them—they were among those registered but had not gone out to the tent—yet they prophesied in the camp. ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
27 A young man ran and reported to Moses, "Eldad and Medad are prophesying in the camp." ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
28 Joshua son of Nun, Moses' assistant from his youth, said: "My lord Moses, hold them back!" ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29 But Moses replied, "Are you jealous for me? I wish all our Father's people were prophets, that our Father would put his Spirit on them!" ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
30 Then Moses returned to the camp, he and the elders of Israel. ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
31 A wind went out from our Father, drove quail from the sea, and dropped them around the camp—about a day's journey on each side, about three feet deep on the ground. ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
32 The people were up all that day, all night, and all the next day gathering the quail—the least gathered sixty bushels—then spread it all out for themselves around the camp. ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
33 While the meat was still between their teeth, not yet chewed, our Father's anger burned against the people, and our Father struck them with a very severe plague. ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
34 That place was named Kibroth-hattaavah, because there they buried the people who craved. ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
35 From Kibroth-hattaavah the people set out for Hazeroth, and they stayed at Hazeroth. ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]