Skip to content
The Believer's Library

Indian Revised Version(IRV) Odia - 2021

Numbers 15 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to the Israelites and tell them: When you enter the land I am giving you to live in, “ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
3 and offer me a fire offering—a burnt offering or sacrifice, to fulfill a special vow, as a freewill offering, or at your appointed feasts—producing a pleasing aroma for me from herd or flock, ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
4 then whoever presents his offering must also present me a grain offering—about two quarts of fine flour mixed with about one quart of oil. ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
5 Prepare about a quart of wine for the drink offering with the burnt offering or sacrifice, for each lamb. ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
6 "Or for a ram, you are to prepare a grain offering of about four quarts of fine flour mixed with about one and a third quarts of oil, ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
7 and one and a third quarts of wine for the drink offering—offer it as a pleasing aroma to me. ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
8 When you prepare a young bull as a burnt offering or sacrifice, to fulfill a special vow, or as a peace offering to me, ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
9 with the young bull, bring a grain offering of about six quarts of fine flour mixed with about two quarts of oil, ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।
10 bring two quarts of wine for the drink offering, a fire offering of pleasing aroma to me. ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
11 This is to be done for each bull, ram, lamb, or young goat. ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
12 Do the same for each one, however many you prepare. ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
13 "Every native-born Israelite must do this when offering a fire offering, a pleasing aroma, to me. ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
14 If a foreigner living with you, or anyone among you for generations to come, makes a fire offering of pleasing aroma to me, he must do as you do. ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।
15 One statute for the assembly—you and the foreigner living among you—a lasting statute for all generations: as you are, so is the foreigner before me. ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
16 One law and one ordinance is to apply to you and to the foreigner who stays with you." ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
17 And our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,
18 "Speak to the Israelites and tell them: When you enter the land I am bringing you into, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
19 then when you eat the produce of the land, you are to lift up a contribution to me. ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
20 From the first of your dough, lift up a loaf as a contribution, like the contribution from the threshing floor. ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
21 From the first of your dough you are to give a contribution to me throughout your generations. ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
22 "And when you stray and fail to do all these commandments that I have spoken to Moses, ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,
23 all I commanded you through Moses, from the day I commanded it, and onward throughout your generations, ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
24 then if done unintentionally, unknown to the assembly, the whole assembly must offer one young bull as a burnt offering—a pleasing aroma to me—with its grain offering and drink offering as required, plus one male goat as a sin offering. ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
25 The priest will make atonement for the whole Israelite community, and they will be forgiven, since it was unintentional and they brought their offering—a fire offering to me—and their sin offering before me for their unintentional wrong. ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
26 All the community of Israel will be forgiven, along with the foreigner living among them, since all the people did wrong unintentionally. ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
27 "And if one person sins unintentionally, he is to offer a year-old female goat as a sin offering. ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।
28 The priest will atone before me for the person who errs by sinning unintentionally, atoning for him, and he will be forgiven. ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
29 For the native-born among the children of Israel and the foreigner staying among them, there is one law for the one who acts unintentionally. ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
30 "But the one who acts with a high hand, native or foreigner, reviles me—that person is cut off from among his people. ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
31 Since he scorned my word and broke my command, that person will surely be cut off; his guilt remains on him." କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”
32 While the Israelites were in the wilderness, they found a man gathering wood on the Sabbath day. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
33 Those who found him gathering wood brought him to Moses, Aaron, and the whole congregation. ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
34 They held him in custody because it wasn't clear what should be done to him. ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
35 So our Father told Moses, "The man must be put to death; the whole community must stone him outside the camp." ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
36 The whole congregation brought him outside the camp and stoned him with stones; he died, as our Father commanded Moses. ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
37 And our Father said to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
38 "Speak to the Israelites: have them make tassels on the corners of their garments for all generations, with a blue cord on each corner's tassel. “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
39 It will be a tassel to look at, so you remember all my commandments and do them, not chasing after your heart and after your eyes, which lead you to be unfaithful. ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
40 This way you will remember and do all my commandments, and you will be holy to me. ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
41 I am your Father, who brought you out of Egypt's land to be your Father. I am your Father." ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]