Skip to content
The Believer's Library

Indian Revised Version(IRV) Odia - 2021

Numbers 16 IRVOry

Show IRVOry only
Verse × ×
1 Korah son of Izhar, son of Kohath, son of Levi, gathered men, along with Dathan and Abiram, sons of Eliab, and On son of Peleth, sons of Reuben. ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;
2 They stood before Moses with 250 Israelite leaders of the community—chosen assembly members, men of renown. ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
3 They gathered against Moses and Aaron and said, "You have gone too far! The whole congregation is holy, all of them, and our Father is among them. Why do you set yourselves above our Father's assembly?" ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
4 When Moses heard this, he fell facedown. ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
5 He said to Korah and all his company, "In the morning, our Father will show who is his and who is holy, and will bring that one near to himself. Whoever he chooses, he will bring near to himself. ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
6 Do this: take censers, Korah and all your company. ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
7 Tomorrow put fire in them, lay incense on them before our Father. The man our Father chooses will be the holy one. You've gone too far, sons of Levi!" ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
8 Moses also said to Korah, "Listen now, you sons of Levi: ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
9 Is it not enough for you that the Father of Israel set you apart from the rest of Israel's congregation, to bring you near himself, to do the work of our Father's tabernacle, and stand before the congregation to serve them? ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
10 He brought you near—you and all your brothers, sons of Levi—yet now you seek the priesthood too? ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?
11 You and your whole group have gathered against our Father. Aaron—what is he, that you grumble against him?" ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”
12 Moses sent for Dathan and Abiram, sons of Eliab. They said, "We will not come up! ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
13 Is it not enough you brought us up from a land flowing with milk and honey to kill us in the wilderness, that you must also rule over us? ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
14 Also, you haven't brought us to a land flowing with milk and honey, or given us fields and vineyards as an inheritance. Will you gouge out these men's eyes? We won't come up!" ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”
15 Moses was furious and said to our Father, "Disregard their offering. I haven't taken a single donkey from them, nor wronged any of them." ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
16 Moses told Korah, "You and your whole company, present yourselves before our Father tomorrow—you, they, and Aaron. ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
17 Each man is to take his censer, put incense on it, and bring it before our Father—250 censers—you and Aaron, each with his own censer." ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”
18 Each took his censer, put fire in it and laid incense on it, and stood with Moses and Aaron at the tent of meeting's entrance. ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
19 Korah gathered the whole congregation against them at the tent of meeting's entrance; the glory of our Father appeared to the whole congregation. ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
20 And our Father spoke to Moses and Aaron, saying, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
21 "Separate yourselves from this congregation, so that I may consume them in an instant." “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
22 Moses and Aaron fell facedown and cried, "O our Father, the Father of the spirits of all flesh—when one man sins, will you be angry with the whole congregation?" ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
23 Then our Father said to Moses, ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
24 "Say to the congregation: Move away from the dwellings of Korah, Dathan, and Abiram." “ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
25 So Moses got up and went to Dathan and Abiram, and the elders of Israel followed him. ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
26 He told the congregation, "Leave the tents of these wicked men. Touch nothing of theirs, or you'll be swept away in all their sins." ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
27 So they withdrew from the tents of Korah, Dathan, and Abiram on every side, while Dathan and Abiram came out and stood at their tent entrances with their wives, sons, and little ones. ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।
28 Moses said, "This is how you'll know our Father sent me to do all these things, and that none of it was my own idea: ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।
29 If these men die a normal death, sharing the fate of everyone, then our Father has not sent me. ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
30 But if our Father creates something new, and the ground opens its mouth and swallows them with all that is theirs, and they go down alive into the grave, then you will know these men have despised our Father." ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।”
31 As soon as he finished saying all this, the ground beneath them split open, ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
32 the earth opened its mouth, swallowing them, their households, all Korah's people, and all their possessions. ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
33 They and all who were theirs went down alive into the grave; the earth closed over them, and they were destroyed from the assembly. ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।
34 All Israel around them fled at their cry, for they said, "The earth may swallow us too!" ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”
35 Fire came out from our Father and consumed the 250 men offering the incense. ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
36 Not in this edition ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
37 Not in this edition “ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;
38 Not in this edition ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”
39 Not in this edition ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;
40 Not in this edition ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
41 Not in this edition ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
42 Not in this edition ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
43 Not in this edition ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
44 Not in this edition ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45 Not in this edition “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”
46 Not in this edition ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
47 Not in this edition ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
48 Not in this edition ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
49 Not in this edition ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
50 Not in this edition ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]