Skip to content
The Believer's Library

Indian Revised Version(IRV) Odia - 2021

Numbers 21 IRVOry

Show IRVOry only
Verse × ×
1 When the Canaanite, king of Arad, living in the Negev, heard Israel was coming by the Atharim road, he fought Israel and took some captive. ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
2 Israel made a vow to our Father: "If you truly give this people into my hand, I will destroy their cities completely." ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
3 Our Father heard Israel's voice and handed the Canaanites over; they destroyed them and their cities completely. So the place was named Hormah. ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
4 They set out from Mount Hor toward the Red Sea to go around Edom's land, but the people grew impatient on the way. ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
5 The people spoke against our Father and against Moses: "Why did you bring us out of Egypt to die in the wilderness? No bread, no water, and we loathe this wretched food." ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6 Then our Father sent venomous serpents among the people; they bit the people, and many Israelites died. ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7 The people came to Moses and said, "We sinned by speaking against our Father and against you. Pray to him to remove the serpents from us." So Moses prayed for the people. ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8 Our Father told Moses, "Make a venomous snake, put it on a pole; anyone bitten who looks at it will live." ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
9 Moses made a bronze serpent and put it on a pole; whenever a serpent bit anyone, they looked at the bronze serpent and lived. ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
10 The Israelites set out and camped at Oboth. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
11 They set out from Oboth and camped at Iye-abarim, in the wilderness facing Moab, eastward. ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
12 From there they set out and camped in the Valley of Zered. ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
13 From there they moved on and camped beyond the Arnon, in the wilderness that extends from Amorite territory; for the Arnon is Moab's border with the Amorites. ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
14 So the Book of the Wars of our Father says: "Waheb in Suphah, and the ravines of the Arnon, ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15 and the slope of the ravines that bends toward the site of Ar and reaches to the border of Moab." ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
16 From there they went to Beer, the well where our Father told Moses, "Gather the people—I'll give them water." ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
17 Then Israel sang this song: "Spring up, O well! Sing to it! ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18 The well that princes dug, that the nobles of the people dug out with their scepters and staffs." Then from the wilderness they went to Mattanah, ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19 from Mattanah to Nahaliel, from Nahaliel to Bamoth, ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20 and from Bamoth to the valley in Moab's plain, to Pisgah's peak overlooking the wasteland. ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21 Then Israel sent messengers to Sihon king of the Amorites, saying, ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22 "Let me pass through your land. We won't turn into field or vineyard, or drink well water. We'll go by the King's Highway until we've passed your border." “ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
23 But Sihon refused to let Israel cross his territory. He gathered all his people, marched into the wilderness against Israel, reached Jahaz, and fought Israel. ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
24 Israel struck him down with the sword, took his land from the Arnon to the Jabbok—up to the Ammonites, whose border was fortified. ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
25 Israel captured all these cities and settled in every Amorite city—Heshbon and all its surrounding villages. ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
26 For Heshbon was the city of Sihon king of the Amorites, who fought the former king of Moab and captured all his land from him, up to the Arnon. କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
27 So the poets say: "Come to Heshbon—let it be rebuilt, let Sihon's city be restored. ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28 For fire went out from Heshbon, a flame from the city of Sihon. It consumed Ar of Moab, the lords of the heights of the Arnon. କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29 Woe to you, Moab! You are destroyed, people of Chemosh! He has made his sons fugitives and his daughters captives to Sihon king of the Amorites. ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30 But we struck them down; Heshbon perished as far as Dibon. We laid waste as far as Nophah, which reaches to Medeba." ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31 So Israel settled in the land of the Amorites. ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
32 Moses sent men to scout Jazer; they captured its villages and drove out the Amorites there. ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
33 Then they turned and went up the Bashan road, and Og king of Bashan came out against them, with all his people, to fight at Edrei. ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
34 But our Father told Moses, "Don't fear him—I've given him, all his people, and his land into your hand. Do to him as you did to Sihon king of the Amorites, who lived in Heshbon." ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
35 They struck him, his sons, and all his people, leaving no survivor, and took possession of his land. ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]