Skip to content
The Believer's Library

Indian Revised Version(IRV) Odia - 2021

Numbers 22 IRVOry

Show IRVOry only
Verse × ×
1 Then the Israelites set out and camped in the plains of Moab beyond the Jordan, opposite Jericho. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
2 Now Balak son of Zippor saw all that Israel had done to the Amorites. ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
3 Moab feared the people greatly, for they were many; Moab dreaded the Israelites. ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।
4 Moab said to Midian's elders, "This horde will lick up everything around us, as an ox licks up field grass." Balak son of Zippor was king of Moab then. ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5 He sent messengers to Balaam son of Beor at Pethor, by the Euphrates in his people's land, to summon him. He said, "Look, a people has come out of Egypt. Look, they cover the face of the land, and have settled facing me. ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।
6 Come, please curse this people for me—they are stronger than I am. Maybe then I can strike them and drive them from the land, for I know: whoever you bless is blessed, and whoever you curse is cursed." ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”
7 The elders of Moab and elders of Midian went, fortune-telling fees in their hand, and came to Balaam and told him Balak's words. ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
8 He said to them, "Stay here tonight, and I'll bring back word as God speaks to me." So the officials of Moab stayed with Balaam. ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
9 Then our Father came to Balaam and said, "Who are these men with you?" ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
10 Balaam said to our Father, "Balak son of Zippor, king of Moab, has sent word to me: ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
11 Look, the people who came out of Egypt cover the land's face. Come now, curse them for me—maybe I can fight against them and drive them out." ‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
12 But our Father told Balaam, "Do not go with them. Do not curse the people, for they are blessed." ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
13 Balaam got up that morning and told Balak's officials, "Return to your land—God has refused to let me go with you." ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
14 Moab's officials got up, went to Balak, and said, "Balaam refused to come with us." ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15 Then Balak sent officials again—more numerous and more honored than the first. ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16 They came to Balaam and said, "Balak son of Zippor says: Let nothing keep you from coming to me, ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
17 for I will honor you greatly, and do whatever you say to me. So please come and curse this people for me." କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
18 Balaam answered Balak's servants, "Even if Balak gave me his house full of silver and gold, I cannot go beyond God's command, to do small or great. ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
19 Now please, stay here tonight, you too, so I may learn what more our Father will say to me." ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
20 And our Father came to Balaam at night and said to him, "Since these men came to summon you, get up and go with them, but do only what I tell you." ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21 So Balaam got up in the morning, saddled his donkey, and went with the officials of Moab. ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
22 But our Father's anger burned because he went, and our Father's messenger stood in the road as Balaam's adversary. Balaam was riding his donkey, with his two servants. ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
23 The donkey saw the messenger of our Father standing in the road, his sword drawn in his hand, and she turned off the road into the field. So Balaam struck the donkey to turn her back onto the road. ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
24 Then our Father's messenger stood in a narrow path between vineyards, a wall on each side. ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
25 The donkey saw the messenger of our Father, pressed against the wall, and pressed Balaam's foot against it, so he struck her again. ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26 The messenger of our Father went further and stood in a narrow place with no room to turn right or left. ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27 When the donkey saw the messenger of our Father, she lay down under Balaam; his anger flared, and he struck her with his staff. ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28 Then our Father opened the donkey's mouth, and she said to Balaam, "What have I done to you, that you struck me these three times?" ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
29 Balaam said to the donkey, "You have mocked me! If I had a sword in my hand, I'd kill you now." ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
30 The donkey said to Balaam, "Am I not your donkey, the one you've ridden all your life until today? Have I ever treated you this way before?" He said, "No." ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
31 Then our Father opened Balaam's eyes, and he saw our Father's messenger standing in the road, sword drawn in hand, and he bowed low and fell facedown. ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
32 The messenger of our Father said to him, "Why have you hit your donkey three times? I've come out as an adversary, because your way is reckless before me. ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
33 The donkey saw me and turned aside from me these three times. Had she not turned aside, I would have killed you by now and spared her life." ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
34 Balaam said to the messenger of our Father, "I have sinned—I didn't know you stood in the road to oppose me. Now if this is displeasing in your eyes, I'll turn back." ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
35 The messenger of our Father told Balaam, "Go with the men, but say only what I tell you." So Balaam went on with Balak's officials. ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36 When Balak heard Balaam was coming, he went out to meet him at the city of Moab, on the Arnon border, at the border's edge. ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
37 Balak said to Balaam, "Didn't I send urgently to call you? Why didn't you come to me? Can I really not honor you?" ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
38 Balaam told Balak, "Look, I've come to you now—but can I say just anything? I can only speak what God puts in my mouth." ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
39 So Balaam went with Balak, and they came to Kiriath-huzoth. ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
40 Balak sacrificed cattle and sheep, sending shares to Balaam and the officials with him. ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
41 In the morning Balak took Balaam and brought him up to Bamoth-baal, and from there he saw the edge of the people. ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]