Skip to content
The Believer's Library

Indian Revised Version(IRV) Odia - 2021

Numbers 23 IRVOry

Show IRVOry only
Verse × ×
1 Balaam told Balak, "Build me seven altars here, prepare seven bulls and seven rams for me here." ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
2 Balak did as Balaam said; Balak and Balaam offered a bull and a ram on each altar. ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
3 Balaam told Balak, "Stand by your burnt offering while I go; maybe God will meet me, and I'll tell you whatever he shows me." Then he went to a bare height. ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
4 Our Father met Balaam, who said to him, "I have set up seven altars and offered a bull and ram on each altar." ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
5 Our Father put a word in Balaam's mouth: "Return to Balak and say this." ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
6 He went back to Balak—there Balak stood beside his burnt offering, with all the princes of Moab. ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7 He took up his oracle and said: "From Aram Balak brought me, Moab's king from the eastern mountains: Come, curse Jacob for me; come, denounce Israel. ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
8 How can I curse those our Father has not cursed? How can I denounce those our Father has not denounced? ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
9 From the top of the rocks I see them, from the hills I look on them: a people dwelling alone, not counting itself among the nations. କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
10 Who can count the dust of Jacob or number even a fourth of Israel? Let me die as the upright die, and let my end be like theirs!" ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
11 Balak said to Balaam, "What have you done to me? I brought you to curse my enemies, and look—you've only blessed them!" ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
12 He answered, "Must I not be careful to say what God puts in my mouth?" ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
13 Then Balak said, "Please come with me to another place where you can see them. You will see only their outer edge, not all of them, and curse them for me from there." ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14 He took him to the field of Zophim, to the top of Pisgah, built seven altars, and offered a bull and a ram on each. ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15 Balaam said to Balak, "Stand here by your burnt offering while I meet with him over there." ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16 Our Father met Balaam, put a word in his mouth, and said, "Return to Balak and say this." ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
17 He came to him—there, standing by his burnt offering, with Moab's princes. Balak said to him, "What has God spoken?" ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
18 He took up his oracle: "Rise, Balak, and hear; listen to me, son of Zippor: ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
19 Our Father is not a man, that he should lie, nor a son of man, that he should change his mind. Has he ever said something and not done it? Has he ever spoken and not fulfilled it? ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
20 Look, I have received a command to bless. He has blessed, and I cannot revoke it. ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21 He has seen no misfortune in Jacob, nor seen trouble in Israel. Our Father is with him, and the shout of a King is among them. ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22 Our Father, who brought them out of Egypt, is for them like the horns of the wild ox. ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23 There is no enchantment against Jacob, no divination against Israel. Now it will be said of Jacob and of Israel, 'See what our Father has done!' ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’
24 Look, a people rising up like a lioness, rousing itself like a lion; it will not lie down until it devours the prey and drinks the blood of the slain." ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
25 Balak said to Balaam, "Don't curse them at all, and don't bless them at all!" ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
26 But Balaam answered Balak, "Didn't I tell you I must do all that God says?" ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
27 Balak said to Balaam, "Come, let me take you elsewhere. Maybe God will let you curse them for me from there." ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
28 So Balak took Balaam to the top of Peor, which overlooks the wasteland. ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
29 Balaam told Balak, "Build me seven altars here, and prepare seven bulls and seven rams here." ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
30 Balak did as Balaam had said, and offered a bull and a ram on each altar. ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]