Skip to content
The Believer's Library

Indian Revised Version(IRV) Odia - 2021

Numbers 24 IRVOry

Show IRVOry only
Verse × ×
1 Balaam saw that it pleased our Father to bless Israel, so he did not seek omens as before, but turned toward the wilderness. ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
2 Balaam looked up and saw Israel camped tribe by tribe; then the Spirit of our Father came on him. ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3 He lifted his oracle and said: "The oracle of Balaam son of Beor, the oracle of the man whose eye is opened, ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4 the oracle of one who hears the words of our Father, who sees the vision of the Almighty, bowing down with eyes wide open: ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
5 How lovely are your tents, Jacob, your dwelling places, Israel! ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
6 Like valleys stretching far, like gardens beside a river, like aloes our Father has planted, like cedars beside the waters. ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
7 Water will flow from his buckets, and his descendants will have abundant water. His king will be higher than Agag, and his kingdom will be exalted. ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
8 Our Father brings Israel out of Egypt; Israel is like the horns of the wild ox to them. Israel will devour the nations who oppose them, break their bones, and pierce them with arrows. ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
9 He crouches, he lies down like a lion, like a lioness—who dares rouse him? Blessed are those who bless you, and cursed are those who curse you." ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
10 Balak's anger flared against Balaam, and he clapped his hands. Balak said to Balaam, "I called you to curse my enemies, but you've blessed them three times now! ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
11 Now flee home! I said I would richly honor you, but God has kept you from honor." ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
12 Balaam answered Balak, "Did I not tell the messengers you sent me, ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
13 'Even if Balak gave me his house full of silver and gold, I couldn't go beyond my God's command to do good or bad on my own; I can only say what my God tells me'? ‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
14 And now I am going back to my people. Come, let me warn you what this people will do to your people in the days to come." ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
15 Then he lifted his oracle, saying: "Oracle of Balaam son of Beor, oracle of the man whose eye is opened, ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
16 the oracle of one who hears the words of our Father, who knows the knowledge of the Most High, who sees the vision of the Almighty, bowing down with eyes wide open: ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
17 I see him, but not now; I gaze on him, but not near. A star will come out of Jacob, and a scepter will rise out of Israel; it will crush the brow of Moab and break down all the sons of Sheth. ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
18 Edom will be conquered, and Seir, his enemies, will be conquered, while Israel grows strong. ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
19 One from Jacob will rule, and will destroy the survivors of the city." ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
20 Then Balaam saw Amalek, took up his message, and said: "Amalek was first among the nations, but his end is utter destruction." ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
21 He looked at the Kenite, took up his oracle, and said: "Your dwelling place is firm, your nest set in the rock. ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
22 Yet Kain will be consumed when Asshur takes you away captive." ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
23 He took up his oracle and said: "Who can live when God does this? ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
24 Ships will come from the coasts of Kittim; they will afflict Asshur and afflict Eber, but they too will come to utter destruction." ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
25 Then Balaam rose and went back to his home, and Balak also went on his way. ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]