Skip to content
The Believer's Library

Indian Revised Version(IRV) Odia - 2021

Numbers 25 IRVOry

Show IRVOry only
Verse × ×
1 While Israel lived in Shittim, the people began sexual sin with Moab's daughters. ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
2 They invited the people to their gods' sacrifices; the people ate and bowed to their gods. ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
3 So Israel joined himself to Baal of Peor, and the anger of our Father burned against Israel. ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
4 Our Father said to Moses, "Take all the people's leaders and execute them before me in daylight, so my burning anger turns away from Israel." ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
5 Moses told Israel's judges, "Each of you kill his men joined to Baal of Peor." ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6 Then an Israelite man brought a Midianite woman to his brothers in front of Moses and Israel's whole assembly, while they wept at the entrance of the tent of meeting. ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7 Phinehas son of Eleazar, son of Aaron the priest, saw this, rose from the assembly, and took a spear in his hand. ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8 He followed the Israelite man into the chamber and pierced them both—the Israelite man and the woman, through her belly. Then the plague against the Israelites stopped. ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
9 Those who died in the plague were 24,000. ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10 Then our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11 "Phinehas son of Eleazar, son of Aaron the priest, has turned my anger from the Israelites by his zeal for my zeal among them, so I didn't destroy the Israelites in my zeal. “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
12 Therefore say: I am giving him my covenant of peace. ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
13 He and his descendants after him will have a covenant of lasting priesthood, because he was passionate for me and made atonement for the Israelites." ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
14 The name of the Israelite killed with the Midianite woman was Zimri son of Salu, a Simeonite clan leader. ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
15 The Midianite woman killed was named Cozbi, daughter of Zur, head of a clan in Midian. ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍‍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
16 Then our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17 "Treat the Midianites as enemies and strike them down, “ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
18 for they are your enemies through their trickery, by which they tricked you in the matter of Peor, and of Cozbi, daughter of Midian's leader, their sister, struck down on the day of the plague over Peor." କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]