Skip to content
The Believer's Library

Indian Revised Version(IRV) Odia - 2021

Numbers 26 IRVOry

Show IRVOry only
Verse × ×
1 After the plague, our Father said to Moses and to Eleazar son of Aaron the priest, ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2 "take a census of the whole Israelite community by ancestral house, everyone twenty and older able to serve in Israel's army." “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3 Moses and Eleazar the priest spoke with them on the plains of Moab, by the Jordan across from Jericho: ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4 "Count the people twenty years old and up, as our Father commanded Moses." These were Israel's people who came from the land of Egypt: “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5 Reuben, Israel's firstborn. Sons of Reuben: Hanoch, clan of the Hanochites; Pallu, clan of the Palluites, ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;
6 of Hezron, the clan of the Hezronites; of Carmi, the clan of the Carmites. ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7 These are the clans of the Reubenites; they numbered 43,730. ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8 The sons of Pallu: Eliab. ପଲ୍ଲୁର ସନ୍ତାନ ଇଲୀୟାବ୍‍।
9 Eliab's sons: Nemuel, Dathan, and Abiram—the same Dathan and Abiram, community representatives who challenged Moses and Aaron in Korah's assembly, when they challenged our Father. ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10 The earth opened its mouth and swallowed them and Korah, when the company died and the fire consumed 250 men—they became a warning. ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।
11 But the sons of Korah did not die. ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 Simeon's sons by clan: Nemuel's, the Nemuelite clan; Jamin's, the Jaminite clan; Jachin's, the Jachinite clan, ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13 of Zerah, the clan of the Zerahites; of Shaul, the clan of the Shaulites. ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 These are the clans of the Simeonites: 22,200. ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 Gad's sons by clan: Zephon's clan, the Zephonites; Haggi's clan, the Haggites; Shuni's clan, the Shunites, ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 of Ozni, the clan of the Oznites; of Eri, the clan of the Erites; ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 of Arod, the clan of the Arodites; of Areli, the clan of the Arelites. ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 These are the clans of the sons of Gad as they were numbered: 40,500. ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 Judah's sons were Er and Onan; Er and Onan died in the land of Canaan. ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 Judah's sons by clan: from Shelah, Shelanite clan; from Perez, Perezite clan; from Zerah, Zerahite clan. ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 Perez's sons: Hezron, clan of the Hezronites; Hamul, clan of the Hamulites. ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 These are the clans of Judah as they were numbered: 76,500. ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 Issachar's sons by clan: Tola, clan of the Tolaites; Puvah, clan of the Punites, ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 of Jashub, the clan of the Jashubites; of Shimron, the clan of the Shimronites. ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 These are the clans of Issachar as they were numbered: 64,300. ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 Zebulun's sons by clan: from Sered, the Seredite clan; from Elon, the Elonite clan; from Jahleel, the Jahleelite clan. ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27 These are the clans of the Zebulunites as they were numbered: 60,500. ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28 The sons of Joseph according to their clans were Manasseh and Ephraim. ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29 Manasseh's sons: Machir's clan, the Machirites; Machir fathered Gilead; Gilead's clan, the Gileadites. ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30 Sons of Gilead: Iezer, clan of Iezerites; Helek, clan of Helekites, ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31 and of Asriel, the clan of the Asrielites; and of Shechem, the clan of the Shechemites; ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32 and of Shemida, the clan of the Shemidaites; and of Hepher, the clan of the Hepherites. ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33 Zelophehad son of Hepher had no sons, only daughters: Mahlah, Noah, Hoglah, Milcah, and Tirzah. ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
34 These are the clans of Manasseh; they numbered 52,700. ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 These are Ephraim's descendants by family: Shuthelah, family of the Shuthelahites; Becher, family of the Becherites; Tahan, family of the Tahanites. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36 And these are the sons of Shuthelah: of Eran, the clan of the Eranites. ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37 These are the clans of Ephraim's sons, by their count: 32,500. These are Joseph's sons by their clans. ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38 Benjamin's sons by clan: Bela, clan of the Belaites; Ashbel, clan of the Ashbelites; Ahiram, clan of the Ahiramites, ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39 of Shephupham, the clan of the Shuphamites; of Hupham, the clan of the Huphamites. ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40 Bela's sons: Ard and Naaman—from Ard, the Ardite clan; from Naaman, the Naamite clan. ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
41 These are the sons of Benjamin by their clans; they numbered 45,600. ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42 These were Dan's sons by clan: from Shuham, the Shuhamite clan. These were Dan's clans by clan. ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
43 All the clans of the Shuhamites numbered 64,400. ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44 Asher's sons by clan: Imnah, clan of the Imnites; Ishvi, clan of the Ishvites; Beriah, clan of the Beriites. ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45 Sons of Beriah: Heber, clan of Heberites; Malchiel, clan of Malchielites. ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।
46 Asher had a daughter named Serah. ଆଶେରର କନ୍ୟାର ନାମ ସେରହ।
47 These are the clans of the sons of Asher as they were numbered: 53,400. ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48 Naphtali's sons by clan: Jahzeel, clan of Jahzeelites; Guni, clan of Gunites, ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49 of Jezer, the clan of the Jezerites; of Shillem, the clan of the Shillemites. ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50 These are the clans of Naphtali; they numbered 45,400. ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51 This was the total number of the people of Israel: 601,730. ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52 Then our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53 "Among these the land is to be divided for inheritance according to the number of names. “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54 Give the larger group more land, the smaller less—each share sized to its census count. ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55 But the land must be divided by lot; they will inherit according to their fathers' tribal names. ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56 Their inheritance is to be apportioned by lot between the larger and the smaller." ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57 These are the numbered Levites by their clans: Gershon's clan, the Gershonites; Kohath's clan, the Kohathites; Merari's clan, the Merarites. ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
58 Levi's clans: Libnite clan, Hebronite clan, Mahlite clan, Mushite clan, Korahite clan. Kohath fathered Amram. ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
59 Amram's wife was named Jochebed, Levi's daughter, born to Levi in Egypt; she bore Amram Aaron, Moses, and their sister Miriam. ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
60 And to Aaron were born Nadab and Abihu, Eleazar and Ithamar. ହାରୋଣଠାରୁ ନାଦବ୍‍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
61 But Nadab and Abihu died when they offered unauthorized fire before our Father. ମାତ୍ର ନାଦବ୍‍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
62 The Levites counted numbered 23,000, every male a month old and up. They were not counted among the Israelites, since no inheritance was given them among the Israelites. ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
63 Moses and Eleazar the priest counted these on the plains of Moab by the Jordan, across from Jericho. ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
64 None of these had been counted by Moses and Aaron the priest in the wilderness of Sinai. ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
65 For our Father had said of them, "They would surely die in the wilderness." None remained, except Caleb son of Jephunneh and Joshua son of Nun. କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]