Skip to content
The Believer's Library

Indian Revised Version(IRV) Odia - 2021

Numbers 27 IRVOry

Show IRVOry only
Verse × ×
1 The daughters of Zelophehad son of Hepher, son of Gilead, son of Machir, son of Manasseh, from the clans of Manasseh son of Joseph, came forward. His daughters' names: Mahlah, Noah, Hoglah, Milcah, Tirzah. ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
2 They stood before Moses, before Eleazar the priest, before the leaders and the whole assembly, at the tent of meeting's entrance, and said: ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
3 "Our father died in the wilderness. He was not among those who gathered against our Father with Korah's group; he died for his own sin, and had no sons. “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
4 Why should our father's name disappear from his clan because he had no son? Give us property among our father's brothers." ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
5 So Moses brought their case before our Father. ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
6 And our Father said to Moses: ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7 "Zelophehad's daughters are right. Give them a hereditary portion among their father's brothers, and transfer their father's inheritance to them. “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
8 Say to the Israelites: If a man dies without a son, transfer his inheritance to his daughter. ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
9 If he has no daughter, you are to give his inheritance to his brothers. ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
10 If he has no brothers, you are to give his inheritance to his father's brothers. ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
11 If his father has no brothers, give his inheritance to his nearest relative in his clan, who is to possess it. This is a legal statute for the Israelites, as our Father commanded Moses." ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
12 Then our Father said to Moses, "Go up Mount Abarim and see the land I've given the Israelites. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
13 When you see it, you too will be gathered to your people, as Aaron your brother was gathered, ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।
14 because you rebelled against my command in the wilderness of Zin, during the congregation's quarrel, to honor me as holy at the water before their eyes—the water of Meribah of Kadesh, wilderness of Zin." ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
15 Moses spoke to our Father, saying: ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16 "May the Father of the spirits of all flesh appoint a man over the congregation, “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
17 who goes out before them and comes in before them, who leads them out and brings them in, so our Father's assembly will not be like sheep without a shepherd." ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
18 So our Father told Moses, "Take Joshua son of Nun, a man with the Spirit of our Father in him, and lay your hand on him. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
19 Have him stand before Eleazar the priest and the whole assembly, and commission him before their eyes. ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
20 Give him some of your authority, so that the whole congregation of the Israelites will obey him. ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
21 He will stand before Eleazar the priest, who will consult the Urim's judgment for him before our Father. At Eleazar's word they will go out, at his word come in—he, all the Israelites with him, the whole congregation." ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
22 Moses obeyed our Father's command: he took Joshua and stood him before Eleazar the priest and the entire assembly. ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
23 He laid his hands on him and commissioned him, as our Father had spoken through Moses. ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]