Skip to content
The Believer's Library

Indian Revised Version(IRV) Odia - 2021

Numbers 28 IRVOry

Show IRVOry only
Verse × ×
1 Our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Command the Israelites, say to them: Be sure to present my offering, my food for my food offerings, a pleasing aroma to me, at its set time. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’
3 Say to them: This is the food offering you are to present to me: two flawless year-old lambs daily, a regular burnt offering. ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
4 Offer one lamb in the morning, the second lamb at twilight, ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।
5 with about two quarts of fine flour for a grain offering, mixed with about one quart of pressed oil. ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
6 A regular burnt offering, ordained at Mount Sinai for a pleasing aroma, a food offering to me. ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।
7 Its drink offering is a quart for each lamb; pour it out to me in the holy place as strong drink. ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
8 Offer the second lamb at twilight, with a grain offering and drink offering like the morning's, a food offering, a pleasing aroma to me. ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
9 "On the Sabbath, offer two flawless year-old lambs, about four quarts of fine flour mixed with oil as grain offering, plus its drink offering. ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
10 The burnt offering for each Sabbath, besides the regular burnt offering and its drink offering. ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।
11 "On the first of each of your months, offer me a burnt offering: two young bulls, one ram, seven male lambs a year old, without defect, ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
12 about six quarts of fine flour mixed with oil as a grain offering for each bull, about four quarts of fine flour mixed with oil as a grain offering for the one ram, ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
13 and two quarts of fine flour mixed with oil as a grain offering for each lamb - a burnt offering, a pleasing aroma, a food offering to me. ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
14 Their drink offerings: two quarts of wine for the bull, just over a quart for the ram, and a quart for the lamb. This is the burnt offering for the new moon, month by month, all year. ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
15 Offer me one male goat as a sin offering, besides the regular burnt offering and its drink offering. ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
16 "In the first month, on the fourteenth day of the month, is the Passover to me. ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
17 On this month's fifteenth day is a feast; bread without yeast is eaten seven days. ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
18 On the first day there is to be a holy assembly; you must do no ordinary work. ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
19 Present me a food offering, a burnt offering: two young bulls, one ram, seven yearling male lambs; see that they are without defect. ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
20 Their grain offering: fine flour mixed with oil—about six quarts for the bull, four quarts for the ram, ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
21 and with each of the seven lambs, about two quarts; ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,
22 and one male goat as a sin offering to make atonement for you. ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
23 Offer these in addition to the morning burnt offering, which is the regular burnt offering. ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
24 Do this daily for seven days—food, a pleasing aroma to me—besides the regular burnt offering and its drink offering. ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
25 On the seventh day you are to hold a holy assembly; you must do no ordinary work. ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
26 "On the day of firstfruits, when you bring me a new grain offering at your Feast of Weeks, hold a holy assembly; do no ordinary work. ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
27 Present a burnt offering, a pleasing aroma to me: two young bulls, one ram, seven year-old male lambs. ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;
28 With them comes a grain offering of fine flour mixed with oil: about six quarts for each bull, about four quarts for the one ram, ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
29 and about two quarts for each of the seven lambs; ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
30 with one male goat to make atonement for you. ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।
31 Offer these besides the regular burnt offering and its grain offering; see that they're flawless, with their drink offerings." ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]