Skip to content
The Believer's Library

Indian Revised Version(IRV) Odia - 2021

Numbers 29 IRVOry

Show IRVOry only
Verse × ×
1 "In the seventh month, on the first day, hold a holy assembly. Do no ordinary work; it is a day for you to sound the trumpets. “ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
2 Offer a burnt offering, a pleasing aroma to our Father: one young bull, one ram, seven male lambs a year old, all without defect. ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;
3 Their grain offering: fine flour mixed with oil—about six quarts for the bull, about four quarts for the ram, ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
4 and about two quarts for each of the seven lambs; ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
5 and one male goat as a sin offering, to make atonement for you. ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
6 Besides the new-moon burnt offering and its grain offering, the daily burnt offering and its grain offering, and their drink offerings, by their rule—a soothing aroma, a fire offering to our Father. ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
7 "On the tenth day of this seventh month, hold a sacred gathering and practice self-denial; do no work at all. ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
8 Present a burnt offering to our Father as a pleasing aroma: one young bull, one ram, and seven male lambs a year old, all without blemish. ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
9 Their grain offering: fine flour mixed with oil—about six quarts for the bull, about four quarts for the one ram, ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
10 and about two quarts for each of the seven lambs; ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
11 also one male goat as a sin offering, besides the atonement sin offering, the regular burnt offering, its grain offering, and their drink offerings. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
12 "On the fifteenth day of the seventh month, hold a holy assembly. Do no ordinary work; celebrate a feast to our Father for seven days. ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
13 Present a burnt offering, a fire offering, a pleasing aroma to our Father: thirteen young bulls, two rams, fourteen male lambs a year old, all without defect. ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
14 Their grain offering: fine flour mixed with oil—about six quarts for each of the thirteen bulls, about four quarts for each of the two rams, ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
15 and about two quarts for each of the fourteen lambs; ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
16 and one male goat as a sin offering, besides the daily burnt offering, its grain offering, and its drink offering. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
17 "On the second day: twelve young bulls, two rams, fourteen year-old male lambs, all without defect, ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
18 with their grain and drink offerings for the bulls, the rams, and the lambs, by number, as required; ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
19 also one male goat as a sin offering, besides the regular burnt offering, its grain offering, and their drink offerings. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
20 "On the third day: eleven bulls, two rams, fourteen year-old male lambs, all without defect, ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
21 with their grain and drink offerings for the bulls, rams, and lambs, by number, as required. ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
22 One male goat as a sin offering, besides the regular burnt offering with its grain and drink offerings. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
23 "Fourth day: ten bulls, two rams, fourteen year-old male lambs, all without defect, ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,
24 with grain and drink offerings for the bulls, rams, and lambs, by their number, as required; ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
25 plus one male goat as a sin offering, besides the daily burnt offering with its grain and drink offerings. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
26 "On the fifth day: nine bulls, two rams, fourteen year-old male lambs, all without defect, ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
27 with grain and drink offerings for the bulls, rams, and lambs, by number, as required. ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
28 Also one male goat as a sin offering, besides the continual burnt offering, its grain offering, and its drink offering. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
29 "Sixth day: eight bulls, two rams, fourteen year-old male lambs, all without defect, ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
30 with their grain offering and drink offerings for the bulls, rams, and lambs, by number, as required; ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
31 and one male goat as a sin offering, besides the regular burnt offering, its grain offering, and its drink offerings. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
32 "On the seventh day: seven bulls, two rams, fourteen year-old male lambs, all without defect, ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
33 with their grain and drink offerings for the bulls, rams, and lambs, by number, as prescribed; ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
34 and one male goat as a sin offering, besides the daily burnt offering, its grain offering and its drink offering. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
35 "On the eighth day, hold a closing assembly; do no laborious work. ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36 Present a burnt offering, a fire offering, a pleasing aroma to our Father: one bull, one ram, seven male lambs a year old, all without defect, ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,
37 with their grain and drink offerings for the bull, ram, and lambs, by number, as prescribed. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
38 One male goat for a sin offering, besides the continual burnt offering, its grain offering and its drink offering. ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
39 "Offer these to our Father at your appointed feasts, besides your vow and voluntary offerings—whether burnt, grain, drink, or peace offerings." ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
40 Moses told the Israelites everything, just as our Father had commanded Moses. ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]