Skip to content
The Believer's Library

Indian Revised Version(IRV) Odia - 2021

Numbers 3 IRVOry

Show IRVOry only
Verse × ×
1 This is the family line of Aaron and Moses, when our Father spoke with Moses on Mount Sinai. ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
2 These are the names of the sons of Aaron: Nadab the firstborn, then Abihu, Eleazar, and Ithamar. ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
3 These are the names of Aaron's sons, the anointed priests whom Moses ordained to serve as priests. ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
4 Nadab and Abihu died before our Father in the wilderness of Sinai when they offered unauthorized fire before him; they had no children. So Eleazar and Ithamar served as priests before Aaron their father. ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
5 Then our Father said to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6 "Bring the tribe of Levi near and set them before Aaron the priest, to serve him. “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
7 They are to keep his duties and those of the whole community before the tent of meeting, performing the tabernacle's service. ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
8 They are to guard all the tent of meeting's equipment and the Israelites' duty, doing the tabernacle's service. ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।
9 Give the Levites to Aaron and his sons; they are given entirely to him from among Israel's people. ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
10 Appoint Aaron and his sons to guard their priesthood; any outsider who comes near must die." ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”
11 Then our Father said to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
12 "Look, I have taken the Levites from among the Israelites in place of every firstborn that opens the womb among the Israelites. The Levites are mine. “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।
13 Every firstborn is mine. The day I struck down every firstborn in Egypt, I set apart for myself every firstborn in Israel—both man and animal. They will be mine. I am your Father." କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
14 Then our Father spoke to Moses in the wilderness of Sinai: ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
15 "Count Levi's sons by fathers' houses and clans; count every male a month old and up." “ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
16 So Moses counted them at the word of our Father, just as he had been commanded. ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
17 These were the sons of Levi by their names: Gershon, Kohath, and Merari. ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।
18 These are the names of the sons of Gershon by their clans: Libni and Shimei. ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
19 The sons of Kohath by their clans: Amram, Izhar, Hebron, and Uzziel. ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
20 Merari's sons by clan: Mahli and Mushi. These are the Levite clans by fathers' houses. ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।
21 From Gershon: the Libnite clan and the Shimeite clan—these are the Gershonite clans. ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
22 The number of males counted, a month old or older, was 7,500. ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।
23 The clans of the Gershonites camped behind the tabernacle on the west. ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
24 The leader of the fathers' house of the Gershonites was Eliasaph son of Lael. ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
25 Gershon's sons at the tent of meeting cared for the tabernacle, the tent, its covering, and the entrance screen of the tent of meeting. ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
26 The courtyard's curtains and its entrance screen, surrounding the tabernacle and altar, and its cords for all its service. ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
27 From Kohath came the Amramite clan, the Izharite clan, the Hebronite clan, and the Uzzielite clan; these are the clans of the Kohathites. ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
28 Males a month old and up numbered 8,600, in charge of the sanctuary. ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
29 The clans of the sons of Kohath camped on the south side of the tabernacle. କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
30 The leader of the fathers' house of the Kohathite clans was Elizaphan son of Uzziel. ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।
31 They cared for the ark, the table, the lampstand, the altars, the sanctuary vessels used in service, the screen, and all its work. ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
32 Eleazar son of Aaron the priest was chief leader of the Levites, in charge of those guarding the sanctuary. ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
33 From Merari: the Mahlite clan and the Mushite clan—these are Merari's clans. ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।
34 The number of males counted, a month old or older, was 6,200. ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
35 Leader of Merarite clans' ancestral house: Zuriel son of Abihail; they camped on the tabernacle's north side. ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
36 Merari's sons were charged with the tabernacle's frames, crossbars, posts, bases, all its equipment, and all its service, ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,
37 as well as the posts of the surrounding courtyard with their bases, pegs, and cords. ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
38 Camped east of the tabernacle, in front of the tent of meeting toward sunrise, were Moses, Aaron, and his sons, who kept charge of the sanctuary for the Israelites; any outsider who approached was to be put to death. ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
39 All the Levites whom Moses and Aaron counted at our Father's command, by their clans, every male a month old and up: 22,000. ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।
40 Then our Father said to Moses, "Count every firstborn male of Israel a month old or older, and record the number of their names. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।
41 Take the Levites for me—I am your Father—in place of every firstborn among the people of Israel, and the Levites' livestock in place of every firstborn among Israel's livestock." ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”
42 So Moses counted every firstborn among the people of Israel, just as our Father had commanded him. ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
43 All firstborn males, a month or older, listed by name: 22,273. ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
44 Then our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45 "Take the Levites instead of every firstborn among Israel's people, and the Levites' livestock instead of theirs. The Levites will be mine. I am your Father. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
46 To redeem the 273 firstborn Israelites exceeding the Levites' count. ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
47 Collect about 2 ounces per person, by sanctuary standard (each measure about half an ounce of silver). ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
48 Give the money to Aaron and his sons as the redemption price for the extra firstborn sons." ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”
49 So Moses collected the redemption money from the firstborn sons who exceeded the number of the Levites; ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
50 from Israel's firstborn sons he took 1,365—about 2 ounces, by the sanctuary standard. ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
51 Moses gave the redemption money to Aaron and his sons, by our Father's word, just as our Father commanded Moses. ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]