Skip to content
The Believer's Library

Indian Revised Version(IRV) Odia - 2021

Numbers 30 IRVOry

Show IRVOry only
Verse × ×
1 Moses told Israel's tribal heads: This is what our Father commanded. ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
2 When a man vows a vow to our Father, or swears an oath binding himself with a pledge, he must not break his word; he must do all his mouth has spoken. କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
3 If a woman vows a vow to our Father and binds herself by a pledge while young, living in her father's house, ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
4 when her father hears her vow and pledge binding her, and says nothing to her, all her vows and every pledge binding her stand. ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
5 But if her father forbids her the day he hears, none of her vows or bonds she bound herself with will stand; our Father will forgive her, because her father forbade her. ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
6 If she marries while under her vows, or under a rash promise she has made, ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
7 and her husband hears of it and stays silent to her on the day he hears, her vows stand, and the bonds she bound herself with stand. ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8 But if her husband forbids her the day he hears, he cancels the vow binding her and the rash promise she made; and our Father will forgive her. ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
9 But a widow's or divorced woman's vow—everything she bound herself to—stands against her. ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
10 If she vowed in her husband's house, or bound herself by a pledge under oath, ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
11 and her husband heard it, said nothing to her, and did not forbid her—so all her vows stand, and every pledge by which she bound herself stands. ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
12 But if her husband nullifies them the day he hears, nothing she said—her vows or the pledge binding her—will stand: he has nullified them, and our Father will forgive her. ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
13 Any vow and any binding oath to humble herself, her husband may confirm or nullify it. ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
14 But if her husband stays silent to her from day to day, he confirms all her vows or obligations binding her; he confirms them, because he stayed silent to her on the day he heard them. ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
15 But if he nullifies them after he has heard them, then he will bear her guilt. ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
16 These are the rules our Father commanded Moses, between a man and his wife, between a father and his young daughter still in his house. ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]