Skip to content
The Believer's Library

Indian Revised Version(IRV) Odia - 2021

Numbers 31 IRVOry

Show IRVOry only
Verse × ×
1 Our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Avenge the Israelites against the Midianites; afterward you will be gathered to your people." “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
3 So Moses told the people, "Arm men from among you for war, to go against Midian and carry out our Father's justice on Midian. ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
4 You are to send 1,000 from each of the tribes of Israel to the war." ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
5 So from Israel's thousands, 1,000 per tribe were supplied—12,000 armed for war. ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
6 Moses sent them to war, 1,000 from each tribe, with Phinehas son of Eleazar the priest, carrying the holy articles of the sanctuary and the signal trumpets in his hand. ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
7 They waged war against Midian, as our Father had commanded Moses, and they killed every male. ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।
8 They killed the kings of Midian among the slain—Evi, Rekem, Zur, Hur, and Reba, Midian's five kings—and killed Balaam son of Beor with the sword. ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
9 The people of Israel captured Midian's women and children, and plundered all their livestock, flocks, and goods. ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
10 They burned with fire all the cities where they lived and all their camps, ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
11 and they took all the spoil and all the plunder, both people and animals. ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
12 They brought the captives, plunder, and spoil to Moses, Eleazar the priest, and Israel's whole assembly, at the camp on Moab's plains by the Jordan, across from Jericho. ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
13 Moses, Eleazar the priest, and all the assembly's leaders went to meet them outside the camp. ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
14 But Moses was angry with the army's officers, commanders of thousands and commanders of hundreds, who returned from the battle. ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
15 Moses said to them, "Have you let all the women live? ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?
16 Look, these women, on Balaam's advice, led Israel to betray our Father in the Peor incident, bringing the plague on the congregation of our Father. ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
17 Now kill every male child, and kill every woman who has slept with a man. ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
18 But keep alive for yourselves every young girl who has not slept with a man. ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।
19 Stay outside the camp seven days. Anyone who killed someone or touched a corpse must purify themselves on the third day and the seventh—you and your captives. ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।
20 Purify every garment, every leather article, everything made of goats' hair, and every wood article." ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
21 Eleazar the priest told the soldiers who had gone to war, "This is the statute of the law our Father commanded Moses: ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
22 only the gold, the silver, the bronze, the iron, the tin, and the lead. ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
23 Everything that can withstand fire, pass through the fire—it becomes clean. But it must also be purified with water of purification. Whatever can't withstand fire, pass through the water. ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
24 Wash your clothes on the seventh day, and you'll be clean; then you may enter the camp." ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
25 Our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26 "You, Eleazar the priest, and the family heads of the community, count the plunder taken, people and animals. “ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।
27 Divide the plunder into two: between the fighters who went to battle and the whole congregation. ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
28 From the soldiers who went out to battle, take a tax for me: one in 500—people, cattle, donkeys, and flocks. ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
29 Take it from their half and give it to Eleazar the priest as a contribution to me. ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
30 From the Israelites' half, take one in fifty—from the people, cattle, donkeys, flocks, and all the animals—and give them to the Levites who keep charge of my tabernacle." ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
31 Moses and Eleazar the priest did as our Father had commanded Moses. ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।
32 The plunder remaining from the spoil that the army had taken was 675,000 sheep, ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
33 72,000 cattle, ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
34 61,000 donkeys, ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
35 and 32,000 persons in all—the women who had not slept with a man. ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
36 The half belonging to those who had gone out to war numbered 337,500 sheep, ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।
37 and the tribute to our Father from the sheep was 675. ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
38 The cattle were 36,000, of which the tribute to our Father was 72. ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
39 The donkeys were 30,500, of which the tribute to our Father was 61. ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
40 The persons were 16,000, of which the tribute to our Father was 32. ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
41 Moses gave the tribute, our Father's contribution, to Eleazar the priest, as our Father commanded him. ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
42 As for the Israelites' half, which Moses had set apart from that of the men who fought, ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
43 the congregation's half was 337,500 sheep, ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,
44 36,000 cattle, ଛତିଶ ହଜାର ଗୋରୁ,
45 30,500 donkeys, ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ
46 and 16,000 persons. ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।
47 From the Israelites' half, Moses took one of every fifty—people and animals—and gave them to the Levites in charge of our Father's tabernacle, as our Father had commanded Moses. ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
48 The officers over the army's units, the commanders of thousands and hundreds, came to Moses, ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
49 and said to him, "Your servants counted the fighting men under our command; not one of us is missing. ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
50 So we've brought our Father an offering—each man's find: gold articles, armlets, bracelets, signet rings, earrings, beads—to atone for ourselves before our Father." ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
51 Moses and Eleazar the priest received from them the gold, all the crafted articles. ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।
52 All the gold of the contribution that they presented to our Father, from the commanders of thousands and the commanders of hundreds, came to about 420 pounds. ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।
53 The men of war had each taken plunder for himself. କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
54 Moses and Eleazar the priest took the gold from the commanders of thousands and hundreds and brought it into the tent of meeting as a reminder for the Israelites before our Father. ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]