Skip to content
The Believer's Library

Indian Revised Version(IRV) Odia - 2021

Numbers 32 IRVOry

Show IRVOry only
Verse × ×
1 The sons of Reuben and sons of Gad had vast herds of livestock. Seeing the land of Jazer and land of Gilead, they noticed it suited livestock well. ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
2 The sons of Gad and sons of Reuben came and said to Moses, to Eleazar the priest, and to the community's leaders: ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
3 "Ataroth, Dibon, Jazer, Nimrah, Heshbon, Elealeh, Sebam, Nebo, and Beon, “ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
4 the land our Father struck down before Israel's community—is land for livestock, and your servants have livestock." ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
5 They said, "If we have found favor in your eyes, give this land to your servants as a possession. Don't make us cross the Jordan." ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
6 Moses said to the sons of Gad and Reuben, "Should your brothers go to war while you sit here? ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
7 Why discourage Israel from crossing into the land our Father has given them? ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
8 This is what your fathers did when I sent them from Kadesh-barnea to see the land. ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
9 They went up to the Valley of Eshcol, saw the land, then discouraged the Israelites' hearts from entering the land our Father had given them. କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
10 And our Father's anger burned that day, and he swore an oath, saying, ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
11 surely the men who came up from Egypt, twenty years old and up, will not see the land I swore to give to Abraham, to Isaac, and to Jacob—because they did not fully follow me. ‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
12 None but Caleb son of Jephunneh the Kenizzite and Joshua son of Nun, for they fully followed our Father. କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
13 The anger of our Father burned against Israel; he made them wander the wilderness forty years until the whole generation that had done evil before our Father had died. ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
14 Now you have risen up in place of your fathers, a brood of sinners, adding still more to our Father's fierce anger against Israel! ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
15 If you turn from following him, he will leave them in the wilderness once again, and you will destroy all this people." କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
16 They came to him and said, "We'll build pens here for our livestock and cities for our children. ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
17 But we will arm ourselves, ready to go ahead of the Israelites until we bring them to their place, while our children stay in fortified cities, safe from those living in the land. ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
18 We will not return home until every Israelite has taken his inheritance. ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
19 We won't inherit with them across the Jordan and beyond, since our inheritance has come to us on this side of the Jordan, to the east." ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
20 Moses said to them, "If you do this—if you arm yourselves before our Father for the war, ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
21 and every armed man among you crosses the Jordan before our Father until he drives out his enemies from before him, ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
22 and the land is subdued before our Father, afterward you may return and be free of obligation to him and to Israel, and this land will be your possession before our Father. ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
23 But if you don't do this, look—you will have sinned against our Father, and know: your sin will overtake you. ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
24 Build cities for your little ones, pens for your flocks, and do what your mouth has promised." ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
25 The sons of Gad and Reuben said to Moses, "Your servants will do as my lord commands. ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
26 Our children, wives, flocks, and all our herds will stay there in the cities of Gilead, ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
27 but your servants, every man armed for war, will cross before our Father to battle, as my lord says." ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
28 So Moses commanded Eleazar the priest, Joshua son of Nun, and the clan leaders of Israel's tribes about them. ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
29 Moses said to them, "If Gad's and Reuben's sons cross the Jordan with you, every man armed for battle before our Father, and the land is subdued before you, then give them Gilead as their possession. ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
30 But if they won't cross over armed with you, they must take possession among you in the land of Canaan." ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
31 Gad's and Reuben's sons answered, "We will do as our Father told your servants. ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
32 We ourselves will cross armed before our Father into the land of Canaan, and our inherited possession will remain ours beyond the Jordan." ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
33 Moses gave to them—the sons of Gad, the sons of Reuben, and the half-tribe of Manasseh son of Joseph—the kingdom of Sihon king of the Amorites and the kingdom of Og king of Bashan: the land, its cities, the territories, and the cities of the country around. ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
34 And the sons of Gad built Dibon, Ataroth, Aroer, ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;
35 Atroth-shophan, Jazer, Jogbehah, ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,
36 Beth-nimrah, and Beth-haran—fortified cities and pens for sheep. ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
37 And the sons of Reuben built Heshbon, Elealeh, Kiriathaim, ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;
38 Nebo, Baal-meon (renamed), and Sibmah—they gave the cities they rebuilt new names. ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
39 Sons of Machir son of Manasseh went to Gilead, captured it, and drove out the Amorites living there. ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
40 So Moses gave Gilead to Machir son of Manasseh, and he settled in it. ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
41 And Jair son of Manasseh went and captured their villages, and called them Havvoth-jair. ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।
42 And Nobah went and captured Kenath and its villages, and called it Nobah, after his own name. ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]