Skip to content
The Believer's Library

Indian Revised Version(IRV) Odia - 2021

Numbers 34 IRVOry

Show IRVOry only
Verse × ×
1 And our Father spoke to Moses, saying, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "command the Israelites: when you enter the land of Canaan, this is the land that will fall to you as inheritance—the land of Canaan, within its borders. “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
3 Your south side runs from the Zin wilderness along Edom's edge; your south border starts at the Dead Sea's end, eastward. ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
4 Your border will turn south of the Ascent of Akrabbim, cross to Zin, reach south of Kadesh-barnea, go on to Hazar-addar, and pass to Azmon. ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
5 From Azmon the border turns to Egypt's Brook, ending at the Sea. ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
6 "Your western border will be the Mediterranean Sea and its coast. ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
7 "This will be your north border: from the Mediterranean Sea draw your line to Mount Hor. ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
8 From Mount Hor mark a line to Lebo-hamath, ending at Zedad; ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।
9 then the border will extend to Ziphron and end at Hazar-enan. This will be your northern border. ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନ୍‍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
10 "You will mark out your eastern border from Hazar-enan to Shepham. ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।
11 The border will go down from Shepham to Riblah, east of Ain, then go down and reach the slope east of the Sea of Chinnereth. ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
12 The border goes down to the Jordan, ending at the Dead Sea. This will be your land, with its borders all around." ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
13 Moses commanded the Israelites: This is the land you will inherit by lot, which our Father commanded to give to the nine tribes and the half-tribe. ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
14 The tribe of Reuben's sons, by their fathers' houses, and the tribe of Gad's sons, by their fathers' houses, have already taken their inheritance; so has the half-tribe of Manasseh. କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
15 The two and a half tribes received their inheritance across the Jordan from Jericho, eastward toward the sunrise. ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
16 And our Father spoke to Moses, saying, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17 "names of the men who will divide the land for you as inheritance: Eleazar the priest and Joshua son of Nun. “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
18 And you will take one leader from each tribe to divide the land for inheritance. ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
19 These are the names of the men: from the tribe of Judah, Caleb the son of Jephunneh; ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
20 from the tribe of the sons of Simeon, Shemuel the son of Ammihud; ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
21 from the tribe of Benjamin, Elidad the son of Chislon; ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍।
22 from the tribe of the sons of Dan, a leader, Bukki the son of Jogli; ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି।
23 from Joseph's sons: from Manasseh's tribe, leader Hanniel son of Ephod, ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
24 and from the tribe of the sons of Ephraim, a leader, Kemuel the son of Shiphtan; ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
25 from the tribe of the sons of Zebulun, a leader, Elizaphan the son of Parnach; ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍‍,
26 from the tribe of the sons of Issachar, a leader, Paltiel the son of Azzan; ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
27 from the tribe of the sons of Asher, a leader, Ahihud the son of Shelomi; ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍।
28 and from the tribe of the sons of Naphtali, a leader, Pedahel the son of Ammihud." ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
29 These are the ones our Father commanded to divide the inheritance among the children of Israel in the land of Canaan. କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]