Skip to content
The Believer's Library

Indian Revised Version(IRV) Odia - 2021

Numbers 35 IRVOry

Show IRVOry only
Verse × ×
1 Our Father spoke to Moses on the plains of Moab by the Jordan across from Jericho: ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
2 "Command the Israelites to give the Levites, from the inheritance they hold, cities to live in, and pastureland around them, for the Levites. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।
3 The cities are theirs to live in; the pasturelands are for their cattle, livestock, and all their living creatures. ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।
4 "The pasturelands of the cities you give the Levites reach about 1,500 feet out from the city wall on every side. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।
5 Measure outside the city: about 3,000 feet on the east side, 3,000 on the south side, 3,000 on the west side, 3,000 on the north side, with the city in the middle. This is the pastureland for their cities. ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।
6 "Of the cities you give the Levites, six are to be cities of refuge, for a killer to flee to; besides these, give forty-two cities. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।
7 "All the cities that you give the Levites are to be forty-eight cities, together with their pasturelands. ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।
8 From Israel's territory, give the Levites cities—more from large tribes, fewer from small; each gives in proportion to the inheritance it received." ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
9 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10 "Speak to the Israelites and tell them: When you cross the Jordan into the land of Canaan, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
11 choose cities for yourselves, cities of refuge, where anyone who kills a person unintentionally may flee there. ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
12 These cities are a refuge for you from the blood avenger, so the killer won't die until standing before the assembly for judgment. ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
13 The cities you give are to be six cities of refuge for you. ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
14 Give three cities beyond the Jordan and three cities in the land of Canaan; they are to be cities of refuge. ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
15 These six cities are a refuge for Israelites, the foreigner, and the temporary resident among them, so anyone who kills a person by accident may flee there. ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ।
16 "But if someone strikes another with an iron object and the victim dies, the attacker is a murderer—the murderer must be put to death. ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
17 If he struck him with a stone in his hand that could kill, and he died, he is a murderer; the murderer must be put to death. ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
18 Or if he struck him with a deadly wooden tool in hand, and he died, he is a murderer; the murderer must be put to death. ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
19 The avenger of blood is to kill the murderer himself; when he meets him, he is to kill him. ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
20 If he pushed him from hatred, or threw something at him in ambush, so he died, ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
21 or if he struck him with his hand out of hatred and he died, the striker must be put to death—he is a murderer. The avenger of blood is to kill the murderer when he finds him. କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
22 "But if he shoved him suddenly without hostility, or threw anything at him without ambush, ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
23 or, without seeing him, dropped on him a stone able to kill, and he died—not his enemy, not seeking his harm, କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
24 then the assembly is to judge between the slayer and the avenger of blood according to these rules. ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
25 The assembly must rescue the killer from the blood avenger's hand and return him to the city of refuge he fled to; he must stay there until the high priest anointed with holy oil dies. ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
26 "But if the killer ever leaves the border of his refuge city, where he fled, ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
27 if the avenger of blood finds him outside his city of refuge's border and kills the killer, he incurs no bloodguilt. ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
28 The killer must stay in his city of refuge until the high priest dies; only after the high priest's death may he return to his own land. କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
29 These are to be a permanent law for you throughout your generations, in every place where you live. ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
30 "Anyone who kills a person is to be executed as a murderer, on witnesses' testimony; one witness alone cannot testify against a person to cause death. ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
31 "Take no ransom for a murderer's life who deserves death—he must be executed. ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
32 Take no ransom for someone who fled to his city of refuge, letting him return to live in the land before the priest dies. ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।
33 "Don't pollute the land you live in—blood pollutes the land, and the land can have no atonement for blood shed on it except by the blood of the one who shed it. ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
34 Don't make the land unclean—you live there, and I live among you; for I, your Father, live among Israel's people." ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]