Skip to content
The Believer's Library

Indian Revised Version(IRV) Odia - 2021

Numbers 36 IRVOry

Show IRVOry only
Verse × ×
1 The family heads of Gilead's clan—descendants of Machir son of Manasseh, from Joseph's clans—approached and spoke before Moses and the leaders, heads of Israel's family clans. ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
2 They said, "Our Father commanded my lord to give the land as an inheritance by lot to Israel's people, and my lord was commanded by our Father to give our brother Zelophehad's inheritance to his daughters. ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
3 If they marry men from other Israelite tribes, their inheritance will be removed from our fathers' inheritance and added to their new tribe's, shrinking our allotted inheritance. ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
4 When Israel's jubilee comes, their inheritance joins the inheritance of the tribe they marry into, taken from our fathers' tribe's inheritance." ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
5 So Moses commanded the Israelites at our Father's word, saying, "The tribe of Joseph speaks rightly. ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
6 This is what our Father commands about Zelophehad's daughters: they may marry whoever they think best, only within their father's tribal clan. ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’
7 No Israelite inheritance may pass from tribe to tribe; each Israelite must keep their ancestral tribe's inheritance. ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
8 Every daughter who inherits in an Israelite tribe must marry within her father's tribal clan, so every Israelite keeps his ancestral inheritance. ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
9 No inheritance may pass from one tribe to another; each tribe of Israel must hold to its own inheritance." ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
10 Just as our Father commanded Moses, so the daughters of Zelophehad did. ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
11 Mahlah, Tirzah, Hoglah, Milcah, and Noah, the daughters of Zelophehad, married their cousins on their father's side. ଅର୍ଥାତ୍‍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
12 They married into the clans of Manasseh son of Joseph's descendants, and their inheritance stayed in their father's tribal clan. ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
13 These are the commands and rulings our Father commanded through Moses to Israel's people on the plains of Moab, by the Jordan at Jericho. ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]