Skip to content
The Believer's Library

Indian Revised Version(IRV) Odia - 2021

Numbers 4 IRVOry

Show IRVOry only
Verse × ×
1 Our Father spoke to Moses and Aaron, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 "Count the Kohathites among the Levites, by clan and ancestral house. “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,
3 From thirty to fifty years old, all who enter the service to work in the tent of meeting. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
4 "This is the service of Kohath's sons in the tent of meeting: the most holy things. ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
5 When the camp moves, Aaron and his sons take down the screening curtain and cover the ark of the testimony with it. ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
6 They are to cover it with fine leather, spread an all-blue cloth over that, and set its poles. ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
7 "On the table of the Presence they'll spread a blue cloth, put the plates, dishes, bowls, and pouring jars on it; the regular bread stays on it. ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
8 They are to spread a scarlet cloth over them, cover it with fine leather, and fit its poles. ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
9 "They will take a blue cloth, cover the lampstand of light, its lamps, tongs, trays, and all its oil vessels used to service it. ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10 They are to wrap it and all its vessels in fine leather and set it on the carrying frame. ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
11 "Over the golden altar they are to spread blue cloth, cover it with fine leather, and insert its poles. ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12 They must take all the service utensils used in the sanctuary, put them in blue cloth, cover with fine leather, and place them on the pole. ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13 "They are to remove the ashes from the altar and spread a purple cloth over it. ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
14 On it they are to put all its serving vessels—firepans, forks, shovels, basins, all the altar's vessels—then spread over it a fine leather covering and insert its poles. ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
15 "When Aaron and his sons finish covering the holy things and all vessels of the holy place, and the camp sets out, Kohath's sons come to carry them, but they must not touch the holy things or die. These are Kohath's sons' burdens in the tent of meeting. ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
16 "Eleazar son of Aaron the priest is responsible for the lamp oil, fragrant incense, daily grain offering, and anointing oil—responsible for the whole tabernacle, everything in it, the sanctuary and its furnishings." ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
17 Our Father spoke to Moses and Aaron, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18 "Do not let the tribe of the Kohathite clans be cut off from among the Levites. “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
19 Do this for them so they live and not die when they approach the most holy things: Aaron and his sons must enter, assigning each his task and burden. ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20 But they must not go in and look at the holy things, even for a moment, or they will die." ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
21 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22 "Take a census of the sons of Gershon also, by their fathers' houses and their clans. “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23 Count those thirty to fifty years old who serve, doing work at the tent of meeting. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
24 "This is the service of the clans of the Gershonites, in serving and in carrying: ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
25 They carry the tabernacle's curtains, the tent of meeting, its covering, the fine-leather covering over it, and the screen for the tent of meeting's entrance, ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
26 the courtyard curtains, the entrance screen for the courtyard gate, surrounding tabernacle and altar, their cords, and all their service equipment—they are to do whatever these need. ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
27 Aaron and his sons direct all the Gershonites' service—their carrying and duties; assign them all they must carry. ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
28 This is the service of the Gershonite clans at the tent of meeting, their duty under Ithamar son of Aaron the priest. ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
29 "As for the sons of Merari, you are to count them by their clans and their fathers' houses. ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
30 Count everyone thirty to fifty years old who enters the service to work at the tent of meeting. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
31 This is their task, their service at the meeting tent: the frames, bars, posts, and bases of the tabernacle. ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
32 The courtyard's pillars all around, with their bases, pegs, and cords, all their equipment and service—assign by name what each must carry. ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
33 This is the Merarite clans' service in the Tent of Meeting, under Ithamar son of Aaron the priest." ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
34 So Moses, Aaron, and the leaders of the congregation counted the sons of the Kohathites by their clans and their families, ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35 thirty to fifty years old, all who joined the service for work in the tent of meeting. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
36 Those counted by their clans were 2,750. ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37 The count of Kohathite clans, all who served in the tent of meeting, whom Moses and Aaron counted at our Father's command through Moses. ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
38 Those counted of the sons of Gershon, by their clans and their fathers' houses, ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39 from thirty to fifty years old, all who entered service work at the tent of meeting. ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40 Those counted by their clans and their fathers' houses were 2,630. ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
41 These were counted from the Gershonite clans, all who served in the tent of meeting, whom Moses and Aaron counted at our Father's command. ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
42 Those counted of the clans of the sons of Merari, by their clans and their fathers' houses, ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
43 from age thirty to fifty, all who entered service for work in the tent of meeting, ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
44 those counted by their clans were 3,200. ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
45 These were counted of the clans of Merari's sons, whom Moses and Aaron counted at our Father's command through Moses. ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
46 All those whom Moses, Aaron, and Israel's leaders counted among the Levites, by clans and ancestral houses. ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
47 From thirty to fifty years old, everyone who served and carried loads in the tent of meeting. ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48 Those counted were 8,580. ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
49 By our Father's command, Moses appointed each to his service and burden, and counted them, as our Father commanded Moses. ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]