Skip to content
The Believer's Library

Indian Revised Version(IRV) Odia - 2021

Numbers 5 IRVOry

Show IRVOry only
Verse × ×
1 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Command the Israelites to send from the camp everyone with a skin disease, everyone with a discharge, and everyone unclean from a corpse. “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
3 Send away both male and female; send them outside the camp, so they don't make their camp unclean, where I live among them." ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।”
4 The Israelites did this, sending them outside the camp; as our Father told Moses, the Israelites did. ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
5 Then our Father spoke to Moses: ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6 "Tell Israel's people: When a man or woman commits any human sin, betraying me, that person is guilty. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
7 They must confess the sin they committed, repay in full for the wrong, add a fifth, and give it to the one they wronged. ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
8 But if that person has no relative to receive restitution, it belongs to me and goes to the priest, plus the ram of atonement made for the guilty one. ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
9 Every contribution among all Israel's holy gifts brought to the priest belongs to him. ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
10 Everyone's holy gifts remain their own; what one gives the priest belongs to the priest." ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”
11 Then our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
12 "Speak to the Israelites and tell them: If any man's wife goes astray and is unfaithful to him, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
13 if another man sleeps with her, hidden from her husband, and she goes undetected though unclean—no witness against her, not caught in the act, ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
14 a spirit of jealousy comes over the husband, and he is jealous of his wife, who is unclean; or a spirit of jealousy comes over him, and he is jealous though she is not unclean. ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
15 The man must bring his wife to the priest, along with her offering: about two quarts of barley flour. He must pour no oil on it and put no frankincense on it, because it is a grain offering of jealousy, a grain offering of remembrance, recalling guilt. ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।
16 The priest is to bring her near and set her before our Father. ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
17 The priest is to take holy water in a clay jar, take dust from the tabernacle floor, and put it into the water. ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
18 The priest is to stand the woman before our Father, unbind her hair, and put in her hands the grain offering of remembrance—the jealousy offering—while he holds the bitter, curse-bringing water. ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
19 The priest is to put her under oath and say to her: 'If no man has slept with you, and you have not gone astray and made yourself unclean under your husband's authority, be free from this bitter water that brings the curse. ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
20 But if you strayed under your husband, made yourself unclean, and a man besides your husband slept with you.' ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21 Then the priest is to bind the woman by this curse-oath, saying: May the Father turn you into a curse and a disgrace among your people, as he makes your thigh shrivel and your belly swell. ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
22 May this curse-bringing water enter your body, swelling your belly and wasting your thigh. Then the woman must say, 'Amen, amen.' ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।
23 "Then the priest writes these curses on a scroll and washes them off into the bitter water. ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
24 He is to make the woman drink the bitter, cursing water; the cursing water will enter her, causing bitter suffering. ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
25 The priest takes the jealousy grain offering from her hand, waves it before our Father, and brings it to the altar. ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
26 The priest takes a handful of the grain offering, its memorial portion, burns it on the altar, then makes the woman drink the water. ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
27 After he makes her drink the water, if she has made herself unclean and betrayed her husband, the curse-bringing water will enter her, causing bitter suffering: her belly will swell, her thigh wither, and she will become a curse among her people. ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
28 But if the woman has not made herself unclean and is clean, she is cleared and will conceive children. ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
29 "This is the law of jealousy: when a wife under her husband strays and makes herself unclean, ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
30 or when a spirit of jealousy seizes a man and he is jealous of his wife: he is to stand her before our Father, and the priest is to apply this whole law to her. ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।
31 The husband will be free from guilt, but the woman will answer for her own sin." ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]