Skip to content
The Believer's Library

Indian Revised Version(IRV) Odia - 2021

Numbers 7 IRVOry

Show IRVOry only
Verse × ×
1 When Moses finished setting up the tabernacle, he anointed and dedicated it and all its furnishings, the altar and all its utensils, anointing and dedicating them. ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
2 Then Israel's leaders—heads of their fathers' houses, the tribal leaders in charge of the census—brought an offering. ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।
3 They brought their offering before our Father: six covered wagons, twelve oxen—a wagon per two leaders, an ox for each—then presented them before the tabernacle. ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
4 And our Father said to Moses, ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
5 "Take these from them for the tent of meeting's service; give them to the Levites, each according to his service." “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
6 So Moses took the wagons and the oxen and gave them to the Levites. ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।
7 Two wagons and four oxen he gave to the sons of Gershon, according to their service. ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ।
8 He gave four wagons and eight oxen to Merari's sons, for their service, under Ithamar son of Aaron the priest. ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।
9 To the sons of Kohath he gave none, since the holy things' service was theirs—carried on the shoulder. ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।
10 On the day the altar was anointed, the leaders brought its dedication offering; the leaders brought their offering before the altar. ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
11 And our Father said to Moses, "Each day one leader is to bring his offering for the altar's dedication." ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
12 Nahshon son of Amminadab, of Judah's tribe, presented his offering on the first day. ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
13 His offering: one silver plate, about three and a quarter pounds, and one silver basin, about one and three-quarter pounds, both filled with fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
14 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
15 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
16 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
17 for the peace offering: two oxen, five rams, five male goats, five year-old male lambs. This was Nahshon son of Amminadab's offering. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।
18 On the second day Nethanel son of Zuar, the leader of Issachar, presented an offering. ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
19 His offering: one silver plate weighing about three and a quarter pounds, one silver bowl weighing about one and three-quarter pounds, both filled with fine flour mixed with oil for a grain offering. ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
20 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
21 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
22 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
23 for the peace offering: two oxen, five rams, five male goats, five year-old male lambs. This was Nethanel son of Zuar's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।
24 On the third day it was Eliab son of Helon, the leader of the sons of Zebulun. ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍‍ ଆଣିଲା;
25 His offering: one silver plate weighing about three and a quarter pounds, one silver basin weighing about one and three-quarter pounds, both full of fine flour mixed with oil for a grain offering; ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
26 one gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
27 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
28 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
29 for the peace offering sacrifice: two oxen, five rams, five male goats, five male lambs a year old. This was Eliab son of Helon's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍‍ର ଉପହାର।
30 On the fourth day it was Elizur son of Shedeur, the leader of the sons of Reuben. ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
31 His offering: one silver plate, about three and a quarter pounds, and one silver basin, about one and three-quarter pounds—both full of fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
32 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
33 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
34 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
35 and for the peace offering sacrifice: two oxen, five rams, five male goats, five male lambs a year old. This was Elizur son of Shedeur's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।
36 On the fifth day it was Shelumiel son of Zurishaddai, the leader of the sons of Simeon. ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
37 His offering: one silver plate, about three and a quarter pounds, one silver basin, about one and three-quarter pounds, both full of fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
38 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
39 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
40 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
41 for the sacrifice of peace offerings: two oxen, five rams, five male goats, five year-old male lambs. This was Shelumiel son of Zurishaddai's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।
42 On the sixth day it was Eliasaph son of Deuel, the leader of the sons of Gad. ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;
43 His offering was one silver plate, about three and a quarter pounds, and one silver basin, about one and three-quarter pounds, both filled with fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
44 One gold dish weighing about four ounces, full of incense; ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
45 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
46 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
47 for the peace offering: two oxen, five rams, five male goats, five male yearling lambs. This was Eliasaph son of Deuel's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ର ଉପହାର।
48 On the seventh day it was Elishama son of Ammihud, the leader of the sons of Ephraim. ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
49 His offering: one silver plate, about three and a quarter pounds, and one silver basin, about one and three-quarter pounds, both filled with fine flour mixed with oil for a grain offering; ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
50 one gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
51 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
52 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
53 for the sacrifice of peace offerings: two oxen, five rams, five male goats, five male lambs a year old. This was Elishama son of Ammihud's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।
54 On the eighth day it was Gamaliel son of Pedahzur, the leader of the sons of Manasseh. ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
55 His offering: one silver plate, about three and a quarter pounds, and one silver basin, about one and three-quarter pounds, both full of fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
56 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
57 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
58 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
59 for the peace offering: two oxen, five rams, five male goats, five year-old male lambs. Offering of Gamaliel son of Pedahzur. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।
60 On the ninth day it was Abidan son of Gideoni, the leader of the sons of Benjamin. ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍‍ ଆଣିଲା;
61 His offering: one silver plate, about three and a quarter pounds, one silver basin, about one and three-quarter pounds, both full of fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
62 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
63 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
64 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
65 for the peace-offering sacrifice: two oxen, five rams, five male goats, five yearling male lambs. This was Abidan son of Gideoni's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର।
66 On the tenth day it was Ahiezer son of Ammishaddai, the leader of the sons of Dan. ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
67 His offering: one silver plate weighing about three and a quarter pounds, one silver basin weighing about one and three-quarter pounds, both full of fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
68 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
69 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ମେଷବତ୍ସ;
70 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
71 for the peace-offering sacrifice: two oxen, five rams, five male goats, five male year-old lambs. This was Ahiezer son of Ammishaddai's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।
72 On the eleventh day it was Pagiel son of Ochran, the leader of the sons of Asher. ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
73 He offered a silver plate, about three and a quarter pounds, and a silver basin, about one and three-quarter pounds, both filled with fine flour mixed with oil for a grain offering; ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
74 one gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
75 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
76 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
77 and for the sacrifice of peace offerings: two oxen, five rams, five male goats, five male lambs a year old. The offering of Pagiel son of Ochran. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।
78 On the twelfth day it was Ahira son of Enan, the leader of the sons of Naphtali. ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
79 His offering: one silver plate, about three and a quarter pounds, and one silver basin, about one and three-quarter pounds, both filled with fine flour mixed with oil for a grain offering. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
80 One gold dish weighing about four ounces, full of incense; ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
81 one young bull, one ram, and one male lamb a year old, for a burnt offering; ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ,
82 one male goat for a sin offering; ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
83 and for the peace-offering sacrifice: two oxen, five rams, five male goats, five male lambs a year old. Ahira son of Enan's offering. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।
84 This was the altar's dedication offering when it was anointed, from Israel's leaders: twelve silver plates, twelve silver basins, twelve gold dishes. ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
85 Each silver plate weighed about three and a quarter pounds, each basin about one and three-quarter pounds; all the silver of the vessels totaled about sixty pounds. ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
86 The twelve gold dishes full of incense weighed about four ounces each; all the gold totaled about three pounds. ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
87 All the cattle for the burnt offering: twelve bulls, twelve rams, twelve year-old male lambs, with their grain offering; and twelve male goats for the sin offering. ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
88 All the cattle for the peace offering sacrifices: twenty-four bulls, sixty rams, sixty male goats, sixty male year-old lambs. This was the altar's dedication offering, after it was anointed. ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।
89 When Moses entered the tent of meeting to speak with our Father, he heard the voice speaking to him from above the mercy seat on the ark of the testimony, between the two cherubim—so our Father spoke with him. ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]