Skip to content
The Believer's Library

Indian Revised Version(IRV) Odia - 2021

Philemon 1 IRVOry

Show IRVOry only
Verse × ×
1 Paul, a prisoner of Christ Jesus, and Timothy our brother, to Philemon, our dear friend and co-worker, ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,
2 and to our sister Apphia, our fellow soldier Archippus, and the church that meets in your house: ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;
3 Grace and peace to you from our Father and the Lord Jesus Christ. ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
4 I always thank my Father as I remember you in my prayers, ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ବିଷୟ ଶୁଣି
5 because I hear of your love and faith in the Lord Jesus and for all his holy people. ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
6 I pray your shared faith becomes effective as you come to understand every good thing we have in Christ. ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।
7 Your love has brought me great joy and comfort, brother, since you've refreshed the hearts of his holy people. କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
8 Therefore, although in Christ I am bold enough to command you to do what is right, ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
9 instead, for love's sake I appeal—I, Paul, an old man, now also a prisoner of Christ Jesus. ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
10 I appeal to you for my child Onesimus, whose father I became while I was in chains. ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
11 He was once useless to you, but now is useful to you and me. ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,
12 I am sending him back to you—and in doing so I am sending my very heart. ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।
13 I wanted to keep him with me, to serve me on your behalf while I'm in chains for the gospel. ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
14 But I wanted to do nothing without your consent, so your good deed would not be forced, but voluntary. କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
15 Perhaps this is why he was separated from you briefly, so you'd have him back forever. କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍‍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;
16 No longer as a slave, but more than a slave—a beloved brother, especially to me, but even more to you, both in the flesh and in the Lord. ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।
17 So if you consider me a partner, welcome him as you would welcome me. ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।
18 If he wronged you at all, or owes anything, put it on my account. ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ;
19 I, Paul, write this with my own hand: I'll repay it—not to mention you owe me yourself as well. ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।
20 Yes, brother, do me this favor in the Lord—refresh my heart in Christ. ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।
21 Trusting you'll obey, I write to you, knowing you'll do even more than I ask. ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ।
22 Also prepare a guest room for me—I hope through your prayers to be graciously given back to you. ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।
23 Epaphras, my fellow prisoner in Christ Jesus, sends you greetings, ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା
24 and so do Mark, Aristarchus, Demas, and Luke, my fellow workers. ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
25 The grace of the Lord Jesus Christ be with your spirit. Amen. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]