Skip to content
The Believer's Library

Indian Revised Version(IRV) Odia - 2021

Philippians 1 IRVOry

Show IRVOry only
Verse × ×
1 Paul and Timothy, servants of Christ Jesus, to all the holy ones in Christ Jesus at Philippi, with the overseers and deacons: ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;
2 Grace to you and peace from our Father and the Lord Jesus Christ. ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 I thank my Father every time I remember you, ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
4 always praying for all of you with joy in every prayer, ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5 because of your partnership in the gospel from the first day until now. ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
6 I'm confident of this very thing: the one who began a good work in you will complete it until the day of Christ Jesus. କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
7 I'm right to feel this about you—I hold you in my heart, all of you sharing with me in grace, in my chains and in defending and confirming the gospel. ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
8 For our Father is my witness, how I long for you all with Christ Jesus's deep affection. କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।
9 This is my prayer: that your love overflow more and more, with knowledge and all discernment, ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
10 so you can discern what is best, staying pure and blameless until the day of Christ. ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
11 Filled with the fruit of righteousness through Jesus Christ, to our Father's glory and praise. ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
12 I want you to know, brothers and sisters, that my circumstances have actually advanced the gospel, ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
13 so my chains for Christ became known to the whole imperial guard and everyone else. ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
14 Most of the brothers and sisters, made confident in the Lord by my chains, now dare more to speak the word fearlessly. ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
15 Some, it is true, preach Christ out of envy and rivalry, but others out of goodwill. କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
16 These act from love, knowing I'm assigned to defend the gospel. ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
17 The others proclaim Christ out of selfish ambition, not sincerely, thinking to stir up trouble for me in my chains. କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।
18 What then? Only that in every way—whether in pretense or truth—Christ is proclaimed, and I rejoice in this. Yes, I will keep rejoicing. ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।
19 For I know this will result in my rescue, through your prayers and the help of Jesus Christ's Spirit. କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
20 My eager expectation and hope: I will never be ashamed, but with full courage, now as always, Christ will be praised in my body, whether by life or by death. ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
21 For to me, to live is Christ, and to die is gain. କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
22 If I am to go on living in the body, this will mean fruitful work for me. Yet I don't know which to choose. କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
23 Torn between the two, I want to leave and be with Christ—far better, ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24 but to remain in the body is more necessary for your sake. ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
25 Convinced of this, I know I'll remain and stay with you all, for your progress and joy in the faith, ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
26 so your boasting in Christ Jesus may overflow because of me, when I come to you again. ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
27 Just live worthy of the gospel of Christ, so that whether I come and see you, or am absent, I hear you stand firm in one spirit, contending together with one mind for the gospel's faith, ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
28 and not scared of your opponents at all—proof to them of their destruction, but of your salvation, and that from our Father. ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;
29 For it has been graciously granted to you, for Christ's sake, not only to believe in him but also to suffer for him, କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
30 going through the same struggle you saw me face, and now hear that I still face. ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]