Skip to content
The Believer's Library

Indian Revised Version(IRV) Odia - 2021

Philippians 2 IRVOry

Show IRVOry only
Verse × ×
1 So if any encouragement in Christ, any comfort from love, any deep communion in the Holy Spirit, any tenderness and compassion exist, ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
2 complete my joy: think alike, love alike, unite in spirit, one in purpose. ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3 Do nothing out of selfish ambition or empty conceit, but in humility consider others better than yourselves. ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4 Each of you should attend not only to your own interests, but also to others'. ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
5 Have this mindset among yourselves—one that is yours in Christ Jesus, ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6 who, existing in the form of our Father, did not consider equality with our Father something to be grasped, ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7 but emptied himself by taking on the form of a servant and being born in human likeness. କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8 And appearing as a human being, he humbled himself by becoming obedient to death—even death on a cross. ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
9 Therefore our Father exalted him to the highest place and gave him the name that is above every name, ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10 so that at the name of Jesus every knee should bow, in heaven and on earth and under the earth, ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
11 and every tongue confess that Jesus Christ is Lord, to the glory of our Father. ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
12 So, my dear ones, as you've always obeyed—not only in my presence but now much more in my absence—keep working out your salvation with fear and trembling, ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13 for our Father works in you, giving both the will and the work for his good purpose. କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14 Do everything without grumbling or arguing, ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15 so you may be blameless and pure, faultless children of our Father amid a crooked and depraved generation—shining among them like stars in the world, ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
16 holding firmly to the word of life, so I can boast on Christ's day that I didn't run or work for nothing. ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
17 But even if I'm poured out as a drink offering on the sacrifice and service of your faith, I'm glad and rejoice with you all. ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।
18 So you too should be glad and rejoice with me. ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।
19 I hope, in the Lord Jesus, to send Timothy to you soon, so I too may be encouraged, knowing how you are. କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
20 I have no one else like him, who will genuinely care for your welfare. କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।
21 For they all look after their own interests, not those of Jesus Christ. ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
22 You know Timothy's proven worth—like a son with a father, he served with me in the gospel work. ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
23 So I hope to send him as soon as I see how things go with me, ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24 and I am confident in the Lord that I myself will come soon. କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।
25 I thought it necessary to send Epaphroditus back to you—my brother, coworker, and fellow soldier, your messenger and servant for my needs. କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26 He has longed for you all, and is troubled that you heard he was sick. କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;
27 Indeed he was sick, and nearly died. But our Father had mercy on him—not only him but me too, sparing me sorrow upon sorrow. ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।
28 So I'm more eager to send him, so seeing him again you'll rejoice and I'll worry less. ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।
29 Welcome him in the Lord with all joy, and honor people like him, ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
30 because he neared death for Christ's work, risking his life to make up your missing help to me. କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]